ପ୍ରମୂଖ ଖବର
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ମଙ୍ଗଳବାର ରାଶିଫଳ; ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ...

Published By : Prameya | January 20, 2025 10:07 PM

ଅଦ୍ୟ ତା.୨୧.୦୧.୨୦୨୫ରିଖ, ମକର ୮ ଦିନ, ମାଘ ମାସ କୃଷ୍ଣପକ୍ଷ, ସପ୍ତମୀ, ମଙ୍ଗଳବାର । ସପ୍ତମୀ: ଦିବା ୧୨ଟା ୪୧ମିନିଟ୍‌ । ଚିତ୍ରା, ରାତ୍ରି ୧୧ଟା ୩୬ମିନିଟ୍‌ । କନ୍ୟାଚନ୍ଦ୍ର: ଦିବା ୧୦ଟା ୦୩ ମିନିଟ୍‌ । ସୂର୍ଯ୍ୟୋଦୟ : ୬ଟା ୨୫ ମିନିଟ୍‌ ୨୨ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୨୯ ମିନିଟ୍‌ ୫୭ ସେକେଣ୍ଡ । ଯୋଗିନୀବାୟବ୍ୟେ, ଦିବା ୧୨ଟା ୪୦ମିନିଟ୍‌ ଗତେ ଐଶାନ୍ୟେ । ମୃତେ ଦ୍ୱିପାଦ, ଦିବା ୧୨ଟା ୪୦ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଦିବା ୧୨ଟା ୪୦ ମିନିଟ୍‌ ମଧ୍ୟେ ତାଳ ଓ ପରେ ନଡ଼ିଆ ଖାଇବା ମନା, ଖାଇଲେ ମୂର୍ଖ ହେବେ । ଅମୃତବେଳା : ଦିବା ୧୦ଟା ୦୮ମିନିଟ୍‌ ଗତେ, ଅପରାହ୍ଣ ୧୨ଟା ୨୨ମିନିଟ୍‌ ମଧ୍ୟେ, ୩ଟା ୨୦ ମିନିଟ୍‌ଗତେ, ୪ଟା ୫୦ ମିନିଟ୍‌ମଧ୍ୟେ ।


ମେଷ : ଦିବା ୧୦ଟା ୦୩ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

ବୃଷ : ଦିବା ୧୦ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ଅପମାନ, ଅପଯଶ, ମାନସିକ ଅବସାଦ ଓ ଆର୍ଥିକ କ୍ଷତିରୁ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ହୃତ ସମ୍ମାନ ଓ ହୃତଗୌରବ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦିବା ୧୦ଟା ୦୩ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର, ଅପରାହ୍ଣ ୧୨ଟା ୪୦ ମିନିଟ୍‌ ପରେ ଘାତ ନକ୍ଷତ୍ରଯୋଗୁମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତାଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁନବର୍ସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।

ସିଂହ : ଦିବା ୧୦ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତାର ସାମ୍ନା କରିବେ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଦିବା ୧୦ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ, କର୍ମରେ ସଫଳତା, ମନରେ ପ୍ରସନ୍ନତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଏହା ପରେ ଦ୍ୱିତୀୟଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ :ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଏକାଦଶ ଚନ୍ଦ୍ର ଓ ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନର ସତ୍‌ ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦଶମଓ ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତବାର ଏବଂ ଦିବା ୧୦ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଓ ପରେ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷଓ ଆତ୍ମତୃପ୍ତି ମିଳିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଓ ବିଶ୍ୱାସ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଅଷ୍ଟମଓ ନବମ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଦିବା ୧୦ଟା ୦୩ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ  ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.