ପ୍ରମୂଖ ଖବର
  • ପୋପ୍ ଫ୍ରାନ୍‌ସିସଙ୍ ପରଲୋକ, ୮୮ ବର୍ଷ ବୟସ​‌ରେ କଲେ ଶେଷ ନିଶ୍ବାସ୍ତ ତ୍ୟାଗ
  • ||
  • ଜଘନ୍ୟ ହତ୍ୟାକାଣ୍ଡ ଢେଙ୍କାନାଳ : ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ
  • ||
  • BCCI ଜାରି କଲା ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ; ଆୟରଙ୍କୁ ବଡ଼ ଉପହାର, ରୋ-କୋଙ୍କୁ A+ ଗ୍ରେଡ଼
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପାପୁଲି କାଟିଦେଲେ ଦୁର୍ବୃତ୍ତ
  • ||
  • ପରିବାର ସହ ଭାରତରେ ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ, ପ୍ରଧାନମନ୍ତ୍ରୀଙ୍କୁ ସହ କରିବେ ଡିନର
  • ||
  • ପୁରୀ : ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ୱର : ଟ୍ରେନ୍‌ ଆଗକୁ ଯାଇ କରିଥିଲେ ଆତ୍ମହତ୍ୟା, ଭଦ୍ରକରୁ କଟି ଆସି ଭୁବନେଶ୍ୱର ଷ୍ଟେସନରେ ପଡ଼ିଲା ମୁଣ୍ଡ
  • ||
  • IPL 2025: ଟାଇଟନ୍ସକୁ ଭେଟିବ ନାଇଟ୍‌ ରାଇଡର୍ସ, ଲଢ଼ିବେ ଗିଲ୍- ରାହାଣେ
  • ||
  • ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର, ଆଜି ପଶ୍ଚିମ ଓଡ଼ିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
  • ||
  • ପୁରୀ : ୭ ଦିନ ପରେ ମିଳିଲା ନିଖୋଜ ନାବାଳକର ମୃତଦେହ, ହତ୍ୟା ସନ୍ଦେହ
  • ||
  • ରାଜ୍ୟରେ କମିଲା କାଳବୈଶାଖୀ: ୨୫ ଯାଏ ତାତିରୁ ନିସ୍ତାର ନାହିଁ,୪୪ ଡିଗ୍ରୀ ଡେଇଁପାରେ ତାପମାତ୍ରା
  • ||

ମଙ୍ଗଳବାର ରାଶିଫଳ; ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ…

Published By : Prameya | April 21, 2025 8:55 PM

ମେଷ : ଦଶମଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଚାଲିଚଳନାରେ ସଂଯମତା ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ନବମୀତିଥି ଯୋଗୁଗୁରୁ ଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ଆର୍ଥିକକ୍ଷତି, ପୁରାତନ ବନ୍ଧୁଙ୍କ ସହ ବିବାଦ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା :୪, ଆରାଧନା : ମା’ କମଳା ।

ମିଥୁନ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବହୁବିଧ ସମସ୍ୟା ଉପୁଯିବ । ଯେଉଁ ମାନଙ୍କର ପୁନର୍ବସୁ ଓ ମୃଗଶିରା ମିଥୁନ,ସେମାନେ ସତର୍କ ହେବେ ।ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ : ସପ୍ତମଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଧଳା, ସଂଖ୍ୟା :୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ, ଶତ୍ରୁବୃଦ୍ଧି ଘଟିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଅପରାହ୍ଣ ୧୨ଟା ୪୪ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ସମ୍ମାନ ହାନି ଘଟିବ । ସନ୍ତାନ ମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟ କିମ୍ବା ତାଙ୍କ ସହମତ ଭେଦ ଘଟିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କଉପହାସର ପାତ୍ର ହେବେ । ଯେଉଁ ମାନଙ୍କ ହସ୍ତା ଓ ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : କୃଷ୍ଣ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ଭୈରବୀ ।

କୁମ୍ଭ : ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ, ମାନସିକ ଦୁଶ୍ଚିନ୍ତାରୁ ମୁକ୍ତି ମିଳିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ର, ମଙ୍ଗଳଉଭୟଙ୍କ ନକ୍ଷତ୍ର ଏବଂ ୨୨ ତାରିଖ, ୨୨ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ ଏବଂ ବ୍ୟବସାୟ କର୍ମରେ ଅସମ୍ଭବ ସଫଳତା ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩ 

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.