ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | December 25, 2024 7:11 AM

ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ। ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ।
ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଞ୍ଜମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଦେହ, ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ: କଫି, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଅପରାହ୍ଣ ୩ଟା ୨୨ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନ ଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

କର୍କଟ : ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ ଏବଂ ମହତ୍‌ ବ୍ୟକ୍ତିଙ୍କ ଆଶ୍ରୟ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଲାଗି ରହିବ ଏବଂ ମାନସିକ ଅବସାଦ ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ମତାନ୍ତର ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖା ଦେବ। ମନ ଅସ୍ଥିର , ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ: ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ନୂତନ ଗୃହ ନିର୍ମାଣ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ପରିବାର ସହ ଯୋଗ ଦେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଦ୍ୱାଦଶ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ। ଧନର ସତ୍‌ ବିନିଯୋଗ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଂଚୟରେ ଅଧିକ ଆଗ୍ରହ ରଖିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ଏକାଦଶ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ଭୂମିପୂଜା, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଓ ବ୍ୟବସାୟ ଆରମ୍ଭ କରି ପାରନ୍ତି। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ତତ୍ପରତା, କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳି ପାରେ। ମନ ଅସ୍ଥିର ଓ ଚାପଗ୍ରସ୍ତ ରହିବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ। ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, 

ମୋବାଇଲ : ୯୪୩୭୧୩୩୪୭୩



  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.