ପ୍ରମୂଖ ଖବର
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ମଙ୍ଗଳବାର ରାଶିଫଳ; ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବ ସମ୍ଭବ କରିବାରେ ସମର୍ଥ ହେବେ...

Published By : Ladu Kishor | August 25, 2025 11:31 PM

ଅଦ୍ୟ ତା.୨୬.୦୮.୨୦୨୫ରିଖ, ସିଂହ ୧୦ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ତୃତୀୟା, ମଙ୍ଗଳବାର । ତୃତୀୟା: ଅପରାହ୍ଣ୧ଟା ୫୫ ମିନିଟ୍‌, ହସ୍ତା : ୬୦ ଦଣ୍ଡ ଅହୋରାତ୍ର । କନ୍ୟା ଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ : ୫ଟା ୩୦ ମିନିଟ୍‌ ୫୧ ସେକେଣ୍ଡ୍‌, ସୂର୍ଯ୍ୟାସ୍ତ : ୬ଟା ୦୫ ମିନିଟ୍‌ ୧୭ ସେକେଣ୍ଡ୍‌ । ଯୋଗିନୀ ଆଗ୍ନେୟେ, ଅପରାହ୍ଣ ୧ଟା ୫୫ ମିନିଟ୍‌ ଗତେ ନୈଋତେ । ମୃତ ଏକପାଦ ପୁଷ୍କର ଦୋଷ । ପୋଟଳ ଖାଇବା ମନା, ଖାଇଲେ ଶତ୍ରୁ ବୃଦ୍ଧି । ଅମୃତ ବେଳା : ସକାଳ ୯ଟା ୪୧ ମିନିଟ୍‌ ଗତେ, ଅପରାହ୍ଣ ୧୨ଟା ୧୧ ମିନିଟ୍‌ ମଧ୍ୟେ, ୩ଟା ୩୦ ମିନିଟ୍‌ ଗତେ ଓ ସନ୍ଧ୍ୟା ୫ଟା ୦୯ ମିନିଟ୍‌ ମଧ୍ୟେ ।

ଆଜିର ରାଶିଫଳ

ମେଷ : ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ଆରମ୍ଭ କରିବାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଘାତଚନ୍ଦ୍ର, ଘାତ ନକ୍ଷତ୍ର ଅପରାହ୍ଣ ୧ଟା ୫୫ ମିନିଟ୍‌ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ସନ୍ତାନସନ୍ତତି, ପିତାମାତା ଓ ଆତ୍ମୀୟସ୍ୱଜନଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କର ଶିକ୍ଷାଦୀକ୍ଷା, କର୍ମନିଯୁକ୍ତି, ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଓ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ :ନୀଳ, ସଂଖ୍ୟା : ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କର ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ :ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ୍‌‌, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଶୁକ୍ଳ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଅନ୍ୟକୁ ଦେଇଥିବା ଧନ, ହୃତଧନ ଓ ବକେୟା ଧନ ପ୍ରାପ୍ତି ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ସମସ୍ୟା ଲାଗି ରହିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା:ଶ୍ରୀ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସମ୍ମାନ ଆଶାଠାରୁ ଅଧିକ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ :ମେରୁନ୍‌, ସଂଖ୍ୟା : ୮, ଆରାଧନା: ମା’ ତ୍ରିପୁର ସୁନ୍ଦରୀ । 

ତୁଳା : ଶୁକ୍ଳ ପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ୫ ଟଙ୍କା ହେଲେ ବ୍ୟୟ ୨୫ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ :ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ ଓ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଧନର ସତ୍‌ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଦଶମ ଚନ୍ଦ୍ର, ମଙ୍ଗଳବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । କର୍ମରେ ଉନ୍ନତି, କର୍ମ ପ୍ରତି ଆନ୍ତରିକତା ଅଧିକ ରହିବ ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା: ୭, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

ମକର : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ଅଷ୍ଟମ ଚନ୍ଦ୍ର, ମଙ୍ଗଳବାର ଓ ଅପରାହ୍ଣ ୧ଟା ୫୫ ମିନିଟ୍‌ରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌ ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.