ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଶୁକ୍ରବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | December 27, 2024 7:10 AM

ମେଷ: ଅପରାହ୍ନ ୧ଟା ୫୭ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମାନସିକ, ପାରିବାରିକ ଶାନ୍ତି, ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ସ୍ୱଜନରେ ବିବାଦ, ପରିବାରରେ ମତାନ୍ତର, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା: ୦୬, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଶୁକ୍ରବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସେମାଜସେବାରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଅପରାହ୍ଣ ୧ଟା ୫୭ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହା ପରେ ଷଷ୍ଠ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ହୃତ ସମ୍ମାନ ଫେରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦର୍୍ରା ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଚତୁର୍ଥ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ପାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ସେମାନଙ୍କ ସାହାଯ୍ୟ, ସହଯୋଗ ମିଳିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ମୂଲ୍ୟବାନ ଧାତୁ, ଯାନବାହନ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧନର ସତ୍‌ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ତତ୍ପରତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

 ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଘାତବାର, ଘାତତିଥି ଯୋଗୁ ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଆୟ ଠିକ୍‌ଠାକ୍‌ ରହିଲେ ମଧ୍ୟ ବ୍ୟୟ କିଛି ଅଧିକ ହେବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଦଶମ ଚନ୍ଦ୍ର , ଶୁକ୍ରବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ଚାଲିଚଳନ ସର୍ବଜନ ଆଦୃତ ହେବ । ଆଜି ଯେକୌଣସି କାମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ମିଳିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ଏବଂ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।   

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ବିଘ୍ନ ଓ ଧାର୍ମିକ କର୍ମରେ ପ୍ରତିବନ୍ଧକ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର, ଘାତବାର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିର ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.