ପ୍ରମୂଖ ଖବର
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | January 29, 2025 6:52 AM

ମେଷ : ଦଶମ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଆଜି ସମସ୍ତ କର୍ମରେଆଶାଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଆତ୍ମତୃପ୍ତି ରହିବ ।  ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ବିଷାଦଗ୍ରସ୍ତ ରହିବ ଏବଂ ଉନ୍ନତିମୂଳକ କର୍ମରେ ବିଘ୍ନ ଘଟିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୦୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ସପ୍ତମ ଚନ୍ଦ୍ର, ଘାତବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦ ଲାଗି ରହିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ସକାଳ ୮ଟା ୨୦ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୭, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ତୃତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ଓ ଦୃଢ଼ ମନୋବଳ ବୃଦ୍ଧି ପାଇବ । ସୁଖବର, ସୁସସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଶ୍ରୀଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅବବ୍ୟୟ, ଅପବାଦ, ଅପଯଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଏକାଦଶ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ  

ଯୋଗାଯୋଗ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.