ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ରବିବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

Published By : Harapriya Sethi | August 3, 2025 6:39 AM

ମେଷ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍‌ ହେବେ। ଭୋଜନ ରୁଚିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। କର୍ମଠ ହେବେ।

ବୃଷ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ଆତ୍ମସନ୍ତୋଷ ଲାଭ କରିବେ।

ମିଥୁନ: ଅଧିକ ଜ୍ଞାନାର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତ୍ୟେକ କାର୍ଯ୍ୟ ଫଳପ୍ରସୂ ହେବ। ଯଶସ୍ବୀ ହେବେ।

କର୍କଟ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। କାର୍ଯ୍ୟ କରୁଥିବା ସଂସ୍ଥାରୁ ବକୟା ଅର୍ଥ ପାଇ ଆର୍ଥିକ ସ୍ଥିତିକୁ ଉନ୍ନତମାନର କରିପାରନ୍ତି। ବିବାଦୀୟ କାର୍ଯ୍ୟରେ ବିଜୟୀ ହେବେ। ଦୟାଳୁ ସ୍ବଭାବର ହୋଇପାରନ୍ତି।

ସିଂହ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତଙ୍କ ନମସ୍ୟ ହୋଇପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ପାରିବାରିକ ସୁଖ ମିଳିବ।

କନ୍ୟା: ସାହସ ସଞ୍ଚୟ କରି ଆଶୁ ସମସ୍ୟାର ମୁକାବିଲା କରିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ସୁଖ ଓ ଦୁଃଖର ଅନୁଭୂତିକୁ ଭୁଲିଯାଇ ଈଶ୍ବର ବିଶ୍ବାସରୁ ଶାଶ୍ବତ ଶାନ୍ତିର ସନ୍ଧାନ ପାଇପାରନ୍ତି।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଖାଦ୍ୟ ସହିତ ଆନନ୍ଦ ଉପଭୋଗ କରିବେ।

ବିଛା: କର୍ତ୍ତବ୍ୟନିଷ୍ଠା ଆପଣଙ୍କୁ ଧନ, ମାନ, ଗୌରବର ଅଧିକାରୀ କରିବ। ନିଜର ଧୀ’ଶକ୍ତି ବଳରେ ଶତ୍ରୁତାର ଅବସାନ ଘଟାଇପାରନ୍ତି। ନିର୍ଦ୍ଧାରିତ ସମୟରେ ଋଣ ପରିଶୋଧ କରିଥିବାରୁ ଆବଶ୍ୟକ ଋଣ ମିଳିବ।

ଧନୁ: ଗୁରୁଦାୟିତ୍ବ ବହନକରି ତା’ର ସୁପରିଚାଳନା ପାଇଁ ସତତ ଚେଷ୍ଟା ଜାରି ରଖିବେ। ବିଭିନ୍ନ ସୂତ୍ରରୁ ଅର୍ଥାଗମର ସୂଚନା ମିଳୁଛି। କାର୍ଯ୍ୟ କ୍ଷେତ୍ରରେ ପତ୍ନୀଙ୍କ ପରାମର୍ଶ ଓ ସହଭାଗିତା ଉପାଦେୟ ହେବ।

ମକର: କାର୍ଯ୍ୟ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁସମ୍ପାଦନ କରି ଉଚିତ୍‌ ପ୍ରାପ୍ୟ ହାସଲ କରିପାରନ୍ତି। ବାସଗୃହ ପରିବେଶ ଉତ୍ତମ ମାନର ହେବ। ଯାନବାହନ ସୁଖ ମିଳିବ। ପରିଶ୍ରମୀ ହେବେ।

କୁମ୍ଭ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ମନ ବଳାଇ ପାରନ୍ତି। ଦେବ ଦର୍ଶନ କରି ଆତ୍ମ ଶାନ୍ତି ଲାଭ କରିବେ। ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି। ଆତ୍ମବଳରେ ବଳୀୟାନ ହେବେ।

ମୀନ: ବିବିଧ ଉପାୟରେ ଧନ ଅର୍ଜନ କରିପାରନ୍ତି। ତ୍ୟାଗପୂତ ମନୋବୃତ୍ତିର ହେବେ। ମତିଜ୍ଞ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ ହେବେ। ହୃଷ୍ଟଚିତ୍ତ ହେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.