ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ସୋମବାର ରାଶିଫଳ; ପରିବାରରେ ସୁଖଶାନ୍ତିର ପରିବେଶ ରହିବ...

Published By : Ladu Kishor | August 3, 2025 11:41 PM

ମେଷ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ।ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ । କର୍ମରେବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ,ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ସପ୍ତମଚନ୍ଦ୍ର, ସୋମବାର, ଦଶମୀ, ଏକାଦଶୀତିଥି, ଶନି ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଯାନବାହନ କିମ୍ବା ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଷଷ୍ଠଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିପାରେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ, ଶତ୍ରୁରୁ ମୁକ୍ତି ମିଳିବ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ପଞ୍ଚମ ଚନ୍ଦ୍ର, ସୋମବାର ଓ ସକାଳ ୯ଘ ୧୨ ମିିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ରଯୋଗୁ ସେହି ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନ ମାନଙ୍କରଶିକ୍ଷା, ସ୍ୱାସ୍ଥ୍ୟ, କର୍ମନିଯୁକ୍ତିରେ ଉନ୍ନତି ଆସିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବାବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।

ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ତୃତୀୟଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ କର୍ମରେ, ବ୍ୟବସାୟରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ସହଯୋଗରେ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ । ମନରେ ଦୃଢ଼ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଅତି ଉତ୍ତମ ହେବ । ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର ଓ ସକାଳ ୬ଟା ୩୫ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆୟ ଓ ଧନ ପ୍ରତିମନରେ ଦୁର୍ବଳତା ପ୍ରକାଶ ପାଇବଏବଂ ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟରକିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ।କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।

ବିଛା : ଶ୍ରୀଚନ୍ଦ୍ର, ସୋମବାର ଏବଂ ସକାଳ ୬ଟା ୩୫ ମିନିଟ୍‌ପର୍ଯ୍ୟନ୍ତ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ ଓ ସୁବସନ ପ୍ରାପ୍ତିହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଶୁକ୍ଳପକ୍ଷର ଦ୍ୱାଦଶଚନ୍ଦ୍ର ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶଟଙ୍କା ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଏକାଦଶ ଚନ୍ଦ୍ର, ଦିବା ୧୧ଟା ୪୨ ମିନିଟ୍‌ ପରେ ଏକାଦଶୀ ତିଥି, ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଈପ୍‌ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତିଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନର ସତ୍‌ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ :କଳା, ସଂଖ୍ୟା: ୬, ଆରାଧନା : ମା’ କାଳୀ ।

କୁମ୍ଭ : ଦଶମଚନ୍ଦ୍ର, ଦଶମୀତିଥି, ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ କର୍ମରେଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କର୍ମକୁ ସଫଳତାର ସହସମ୍ପାଦନ କରିବେ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପଲବ୍ଧ ହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ନବମ ଚନ୍ଦ୍ର, ସୋମବାର ଓ ଦଶମୀ, ଏକାଦଶୀ ତିଥି ଉଭୟ ଭୋଗ ହେଉଥିବାରୁ ଭାଗ୍ୟ, ଭବିଷ୍ୟତ ଓ ଭଗବାନଙ୍କ ଉପରେ ଅଗାଢ଼ ବିଶ୍ୱାସରହିବଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ କରିବେ । ଗୁରୁଜନଙ୍କପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.