ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ମାର୍ଗ ଅତି ଉତ୍ତମ ରହିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରି ପାଇବେ। ବିଦେଶ ଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ। ବାଣିଜ୍ୟ , ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୬, ଆରାଧନା: ପ୍ରଭୁ ସ୍କନ୍ଦ।
ବୃଷ : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ପାଇବେ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୦୪, ଆରାଧନା : ମା’ କମଳା।
ମିଥୁନ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ।
କର୍କଟ : ଅଷ୍ଟମ ଚନ୍ଦ୍ର, ଶନିବାର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ।
ସିଂହ : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ଆମୋଦପ୍ରମୋଦ ଓ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ।
କନ୍ୟା : ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, କର୍ମରେ ଆଶାଠାରୁ ଅଧିକ ସଫଳତା, ସମସ୍ତଙ୍କ ସହ ବନ୍ଧୁତା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ଥିରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ଆପଣାଇବେ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ। ଯେଉଁମାନଙ୍କର ଚିତ୍ରା ଓ ଉତ୍ତରା ଫାଲ୍ଗୁନୀ କନ୍ୟା, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୬, ଆରାଧନା : ମା’ ଷୋଡ଼ଶୀ।
ତୁଳା : ପଞ୍ଚମ ଚନ୍ଦ୍ର, ଶନିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ।
ବିଛା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ। ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ।
ଧନୁ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ। ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ଆତ୍ମବିଶ୍ୱାସ ଓ ମନୋବଳ ଦୃଢ଼ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା।
ମକର : ଦ୍ୱିତୀୟ ଚନ୍ଦ୍ର, ଶତଭିଷା ନକ୍ଷତ୍ର ଓ ଶନିବାର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ। ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ଧନର ସତ୍ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା।
କୁମ୍ଭ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ ଓ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା: ୧୧, ଆରାଧନା : ମା’ ବିମଳା।
ମୀନ : ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ମୋବାଇଲ : ୯୪୩୭୧୩୩୪୭୩