ମେଷ: ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକି ଥିବା କାମ ଓ ବନ୍ଦ ହୋଇଥିବା କାମ ସଫଳତାର ସହସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।
ବୃଷ: ନବମ ଚନ୍ଦ୍ରଏବଂ ଅପରାହ୍ଣ ୧୨ଟା ୫୦ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତତିଥି ଯୋଗୁ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ମା’ କମଳା ।
ମିଥୁନ: ଅଷ୍ଟମଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
କର୍କଟ: ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବେ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୩, ଆରାଧନା: ମା’ ଭୁବନେଶ୍ୱରୀ ।
ସିଂହ: ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ସ୍ୱଜନରେ ବିବାଦ, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଘର ବାହାର ଚାରିଆଡ଼େ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଓ ଧୀଶକ୍ତିର ବିକାଶ ଘଟିବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତାକୁ ନେଇ ଗର୍ବ ଅନୁଭବ କରିବେ । ପିତାମାତାଙ୍କ କୃପା ଏବଂ ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା: ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଦେଖା ଦେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କତା ଅବଲମ୍ବନ କରିବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ତୃତୀୟ ଚନ୍ଦ୍ର, ଗୁରୁବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମି କ୍ରୟ, ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେବେ । ମନରେ ଦୃଢ଼ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ଧନୁ : ଦ୍ୱିତୀୟ ଚନ୍ଦ୍ର, ଗୁରୁବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରି ପାଇବେ । ଧନ, ସମ୍ପଦ ବୃଦ୍ଧିପାଇବଏବଂ ଧନ ଓ ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ । ନିଜଲୋକ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ସହଯୋଗର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦିଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ନୂତନ ଭୂମି, ଯାନବାହନ ଆଦିକ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଯେଉଁ ମାନଙ୍କର ପୂର୍ବ ଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩