ମେଷ: ଦଶମଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଓ ବିଶ୍ୱାସ ରହିବ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା, କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁହନୁମାନ ।
ବୃଷ: ନବମ ଚନ୍ଦ୍ର, ଶୁକ୍ରବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠାଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ ।
ମିଥୁନ: ଅଷ୍ଟମଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ସପ୍ତମଚନ୍ଦ୍ର ଯୋଗୁ ପୁତ୍ର, କନ୍ୟା, ଭାଇଭଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ନୂତନ ଭୂମିପୂଜା, ଗୃହାରମ୍ଭ ଏବଂ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।
ସିଂହ: ଘାତଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦ ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଓ ଶତ୍ରୁ ବୃଦ୍ଧି ଘଟିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା : ପଞ୍ଚମ ଚନ୍ଦ୍ର, ପଞ୍ଚମୀତିଥି ଏବଂଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପାଞ୍ଚଟି କର୍ମରେ ଅଧିକ ଶୁଭଫଳ ମିଳିବ । ବିଦ୍ୟାରେ ବିଚକ୍ଷଣତା, ସନ୍ତାନ ମାନଙ୍କର ଆଜ୍ଞାଧୀନତା, ପିତାମାତାଙ୍କ କୃପା, ଯଶ, ସମ୍ମାନ ପ୍ରାପ୍ତି ଏବଂ କର୍ମରେ ଉଚ୍ଚ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ବିଛା : ଘାତବାର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଦ୍ୱିତୀୟଚନ୍ଦ୍ର ଓ ଘାତବାର ଯୋଗୁ ଧନ ପ୍ରତିମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ପୂର୍ବା ଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ଶ୍ରୀଚନ୍ଦ୍ର, ଶୁକ୍ରବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ ଓ କର୍ମାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଦେହମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ମନରେ ଅସ୍ଥିରତା, ସମସ୍ତ କର୍ମରେ ଅନିୟମିତତା ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ଏକାଦଶ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନ ଓ ଧ୍ୟାନ ଉଭୟ ଉନ୍ନତି ମୂଳକ କର୍ମରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା: ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩