ପ୍ରମୂଖ ଖବର
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ଗୁରୁବାର ରାଶିଫଳ; ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ...

Published By : Ladu Kishor | August 6, 2025 10:57 PM

ମେଷ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଓ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ବୃଷ : ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ସପ୍ତମ ଚନ୍ଦ୍ର, ଗୁରୁବାର ଏବଂ ଅପରାହ୍ଣ ୧ଟା ପରେ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ସୃଷ୍ଟି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଓ ଶତ୍ରୁ ମାନେ ବଶୀଭୂତ ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ ।  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ଅଧିକ ଆଗ୍ରହ ପ୍ରକାଶ ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଓ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ  ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର  ଶିକାର ହେବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବାଧା ଉପୁଜିବ ତଥା ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌୍‌, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ । 

ତୁଳା : ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ସ୍ୱଜନ, ପରିଜନ ଏବଂ ଭାଇଭଉଣୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଧନର ସତ୍‌ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ କିମ୍ବା ଆର୍ଥିକ ସଂସ୍ଥାରେ ଧନର ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଶ୍ରୀଚନ୍ଦ୍ର ଓ ଅପରାହ୍ଣ ୨ଟା ୦୯ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କର୍ମପ୍ରତି ଅନାଗ୍ରହ ଭାବପ୍ରକାଶ ପାଇବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଦ୍ୱାଦଶ ଚନ୍ଦ୍ର, ଅପରାହ୍ଣ ୨ଟା ୦୯ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶୀ ତିଥି ଓ ଘାତତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ଦଶମଚନ୍ଦ୍ର ଓ ଅପରାହ୍ଣ ୧ଟା ପର୍ଯ୍ୟନ୍ତ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମ, ଅଟକିଥିବା କର୍ମକୁ ସଫଳତାର ସହ ସମ୍ପାଦନ କରିବେ । ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.