ପ୍ରମୂଖ ଖବର
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ବୁଧବାର ରାଶିଫଳ; ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ…

Published By : Ladu Kishor | July 8, 2025 11:12 PM

ମେଷ : ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌ ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୦୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ : ସପ୍ତମ ଚନ୍ଦ୍ର, ବୁଧବାର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଓ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଶୁଭରଙ୍ଗ :ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା : ମା’ତ୍ରିପୁର ସୁନ୍ଦରୀ ।

କର୍କଟ : ଷଷ୍ଠ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଋଣ ମୁକ୍ତ ହେବାର ସୁଯୋଗ ଜୁଟିବ ଏବଂ ଶତ୍ରୁ ମାନେ ବଶୀଭୂତ ହେବେ । ମନରେ ଉପସ୍ଥିତ ବୁଦ୍ଧି ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାରେ ଅଧିକ ଆଗ୍ରହ ରହିବ । ସନ୍ତାନ ମାନଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ଚୋରି ହୋଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଘାତଚନ୍ଦ୍ର ଯୋଗୁ ବାଦ ବିବାଦ ଓ ଭାଇଭଉଣୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ପାରିବାରିକ ବିବାଦ ଲାଗି ରହିବ ଏବଂ ଭାଇଭଉଣୀଙ୍କ ସହ ମତାନ୍ତର ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବହୁ ବିଧ ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ। ଶୁଭରଙ୍ଗ :ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଦ୍ୱିତୀୟଚନ୍ଦ୍ର ଯୋଗୁ ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଶ୍ରୀଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ହୃତଧନ ଫେରିପାଇବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ହୃତ ସମ୍ମାନ ଓ ଗୌରବ ଫେରି ପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ବିପଦ ଆସିପାରେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଦଶମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ କର୍ମରେ ସୁଧାର ଆସିବ ଓ ସମସ୍ତ ଅଟକିଥିବା କାମ ଓ ବନ୍ଦ ହୋଇଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.