ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଜୁଲାଇ ୯ ରାଶିଫଳ: ଆୟ ଅତିଉତ୍ତମ ହେବ ଓ ନୂତନ ବ୍ୟବସାୟର ସୁଯୋଗ ଜୁଟିବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ମେଷ : ସକାଳ ୭ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ସେସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତାକରି କରିବେ ।ଏହାପରେ ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

ବୃଷ : ସକାଳ ୭ଟା ୫୨ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ରଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତାଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ଦ୍ୱିତୀୟ ଓ ତୃତୀୟଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରି ବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା: ମା’ ଷୋଡ଼ଶୀ ।

କର୍କଟ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହ ଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।

ସିଂହ : ସକାଳ ୭ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଅଯଥା ବିଳମ୍ବ ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସହଯୋଗ ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାପ୍ରାପ୍ତ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ ।ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ସକାଳ ୭ଟା ୫୨ ମିନିଟ୍‌ପରେ ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ  ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ ।ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :  ନବମ ଓ ଦଶମ ଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୭ଟା ୫୨ ମିନିଟ୍‌ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା :  ମା’ ବଗଳାମୁଖୀ ।

ଧନୁ : ସକାଳ ୭ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସତର୍କତା ଜରୁରୀ ।ଏହାପରେ ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ ।ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଘାତବାର, ସକାଳ ୭ଟା ୫୨ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଗ୍ୟାସ୍‌, ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ ।କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା :  ମା’ ଦୁର୍ଗା ।

କୁମ୍ଭ : ଷଷ୍ଠ ଓ ସପ୍ତମଚନ୍ଦ୍ର ଉଭୟ ଭୋଗହେଉଥିବାରୁ ମାନସିକ, ପାରିବାରିକ, ଶାନ୍ତି ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟକରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ପଞ୍ଚମ ଓ ଷଷ୍ଠଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ବାଧାବିଘ୍ନ ଦୂରହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, ଫୋନ୍‌: ୯୪୩୭୧୩୩୪୭୩

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.