ମେଷ : ଦଶମଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିମି ଳିପାରେ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି ଏବଂ ଚାଲି ଚଳନ, ବ୍ୟବହାର ମାର୍ଜିତ ହେବ । ମନରେ ସତ୍ ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁଗଜାନନ ।
ବୃଷ : ଘାତବାର ଏବଂ ନବମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନର ଆତ୍ମ ସନ୍ତୋଷ ମିଳିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ।ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ ।
ମିଥୁନ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଓ ଘାତ ତିଥି ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ ।ଯେଉଁମାନଙ୍କର ମୃଗ ଶିରା ବୃଷ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ ।
କର୍କଟ : ସପ୍ତମଚନ୍ଦ୍ର ଯୋଗୁ ମୂଲ୍ୟ ବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।
ସିଂହ : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଓ ପରିବାରରେ ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ଏବଂ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ପଞ୍ଚମ ଚନ୍ଦ୍ର, ଘାତବାର, ଘାତ ତିଥି, ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଓ ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଅପମାନ, ଅପବାଦ, ଅପନିନ୍ଦା ମିଳିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ ।ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ହସ୍ତା ଓ ଚିତ୍ରାକନ୍ୟା ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
ତୁଳା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣି ଥିବା ଧନ ଫେରେଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖାତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ତୃତୀୟ ଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତିମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଶ୍ରୀଚନ୍ଦ୍ର, ଶନିବାର, ଅଷ୍ଟମୀ ତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ବ୍ୟବସାୟ ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଦ୍ୱାଦଶଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ ଧାବନ କରିବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
ମୀନ : ଏକାଦଶଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ ଓ କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରେବତୀ ମୀନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩