ପ୍ରମୂଖ ଖବର
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଶନିବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

ମେଷ: ଦଶମ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ: ନବମ ଚନ୍ଦ୍ର, ନବମୀତିଥି ଯୋଗୁ ଗୁରୁଜନଙ୍କକୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୪, ଆରାଧନା: ପ୍ରଭୁଶ୍ରୀରାମ ।

ମିଥୁନ: ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ମା’ ଛିନ୍ନ ମସ୍ତା ।

କର୍କଟ: ସପ୍ତମ ଚନ୍ଦ୍ର,  ଶନିବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ ପ୍ରତି ମନରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଘାତବାର ଓ ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଅନ୍ୟ ସହିତ କଥାବାର୍ତ୍ତା ବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଗଜାନନ । 

କନ୍ୟା: ଘାତବାର, ଘାତ ନକ୍ଷତ୍ର ଏବଂ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ କିଛିଟା ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୦୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା :  ତୃତୀୟ ଚନ୍ଦ୍ର, ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଶୁକ୍ଳ ପକ୍ଷର ଦ୍ୱିତୀୟଚନ୍ଦ୍ର, ଶନିବାର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁଗଜାନନ ।

ମକର : ଶ୍ରୀଚନ୍ଦ୍ର, ଶନିବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ :  ଏକାଦଶ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.