ମେଷ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତାବେଳେ ସତର୍କ ହେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ନିଜର ଲୋକ ମାନେ ଶତ୍ରୁତା ଆଚରଣ କରିବେ । ମନରେ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ଏକାଦଶ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୦୪, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଦଶମଚନ୍ଦ୍ର, ମଙ୍ଗଳବାର ଏବଂ ଦିବା ୧୧ଟା ୦୭ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ଖବର ମିଳିପାରେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ମଙ୍ଗଳବାର ଏବଂ ଦିବା ୧୧ଟା ୦୭ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ପ୍ରଭୁଗଜାନନ ।
କନ୍ୟା : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ସପ୍ତମଚନ୍ଦ୍ରଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଷଷ୍ଠଚନ୍ଦ୍ର, ମଙ୍ଗଳବାର ଏବଂ ଦିବା ୧୧ଟା ୦୭ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନ ପ୍ରସନ୍ନ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମହେବଏବଂକର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା :୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ରୁଚି ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ସନ୍ତାନ ମାନେ ଆଜ୍ଞାଧୀନ ହେବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଘାତଚନ୍ଦ୍ର ଏବଂ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ତୃତୀୟ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଦୃଢ଼ ଇଚ୍ଛାଶକ୍ତି ଏବଂ ଆତ୍ମବଳ ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ଭ୍ରାତୃ ଭଗ୍ନୀଙ୍କ ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଦ୍ୱିତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ଦିବା ୧୧ଟା ୦୭ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ । ଧନ ଓ ଆୟପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩