ପ୍ରମୂଖ ଖବର
  • ଏଚଏମପିଭିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାଲେ ରାଜ୍ୟ ସରକାର, ସବୁ ଜିଲ୍ଲାର ସ୍ଥିତିକୁ ନେଇ ହେବ ଆଲୋଚନା
  • ||
  • ଦେବଜିତ୍ ସାଇକିଆ ବିସିସିଆଇ ନୂଆ ସମ୍ପାଦକ, ଜୟ ଶାହଙ୍କ ଜାଗା ନେବେ
  • ||
  • ଫିରିଙ୍ଗିଆ : ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତି ପୂରଣ ପାଇଁ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ
  • ||
  • କଟକରେ ରୋଡ୍‌ ରନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ, ସମସ୍ତଙ୍କୁ ଫିଟ୍‌ ରହିବାକୁ ଅତିଥିଗଣଙ୍କ ଆହ୍ୱାନ
  • ||
  • ମାଲକାନଗିରି-ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର,୩ ମାଓବାଦୀ ନିହତ
  • ||
  • ଖୋର୍ଦ୍ଧା : ଗୋରୁ ଗାଡି ଜବତ ବେଳେ ମିଳିଲା ଗଞ୍ଜେଇ ଭର୍ତ୍ତି କାର୍‌, ଡ୍ରାଇଭର ସହ ସହଯୋଗୀ ଫେରାର
  • ||
  • ଭୁବନେଶ୍ୱର : ଲୋକଙ୍କ ଉତ୍ସାହ ଏବଂ ଭିଡ଼କୁ ଦେଖି ନିଷ୍ପତ୍ତି, ବର୍ଷକୁ ୧୨ ଥର ହେବ ପଥ ଉତ୍ସବ
  • ||
  • ରାଜଧାନୀରୁ ହାଇପ୍ରୋଫାଇଲ ଠକେଇ ମାମଲା: କଳା ସାମ୍ରାଜ୍ୟର ଗୁମର ଖୋଲିବ ଇଡି
  • ||
  • ପାଳଗଦାରେ ଦୁଇ ନାବାଳକ ଜଳିଯିବା ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ରୁଷ ଉପରେ ପୁଣି କଟକଣା ଲଗାଇଲା ଆମେରିକା, ୩% ବଢ଼ିଲା ଅଶୋଧିତ ତୈଳ ଦର.ପ୍ରଭାବିତ ଭାରତ, ଚୀନ
  • ||
  • ସ୍ପେଶ ଡ଼କିଂ ମିଶନରେ ମିଳିବ ବଡ଼ ସଫଳତା, ୧୫ ମିଟର ଦୂରରେ ୨ ସାଟେଲାଇଟ୍
  • ||
  • ବିଏମ୍‌ସିର ଦ୍ୱିତୀୟ ପଥ ଉତ୍ସବ: ଦୁଲୁକୁଛି ଜାଗମରା ନ୍ୟୁ ରୋଡ୍, ନାଚ, ଗୀତରେ ଝୁମିଲେ ସହରବାସୀ
  • ||
  • କୁମ୍ଭମେଳାକୁ ଗଡିବ ହାଇ-ଏଣ୍ଡ ପ୍ରିମିୟମ ବସ୍‌, ରବିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଶୀତରେ ଲାଗି ସାମୟିକ ବିରତି: ଆଜିଠୁ କମିବ ଥଣ୍ଡା, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ସୋମବାର ରାଶିଫଳ: ନୂତନ ବ୍ୟବସାୟ ଓ କର୍ମାରମ୍ଭର ଯୋଜନା କରିବେ…

Published By : Prameya | December 8, 2024 10:48 PM

ମେଷ: ସକାଳ ୯ଟା ୧୫ ମିନିଟ୍‌ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କହେବେ ।ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୧, ଆରାଧନା: ପ୍ରଭୁହନୁମାନ ।

ବୃଷ: ଦଶମ ଓ ଏକାଦଶଚନ୍ଦ୍ର, ସୋମବାର ଏବଂ ଅପରାହ୍ଣ ୨ଟା ୫୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । ନୂତନ ବ୍ୟବସାୟ ଓ କର୍ମାରମ୍ଭର ଯୋଜନା କରିବେ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର ନୂତନ ପନ୍ଥା ଖୋଲିବ । କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ପ୍ରଭୁଶ୍ରୀରାମ ।

ମିଥୁନ: ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ସକାଳ ୮ଟା ୦୩ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର ରହିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହା ପରେ ଦଶମଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ମନରେ ପ୍ରସନ୍ନତା, ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ଆର୍ଦମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଏହା ପରେ ନବମ ଚନ୍ଦ୍ର ଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ପରୋପକାରଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ମହତ୍‌ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ: ସକାଳ ୯ଟା ୧୫ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବଦୀୟ ହେବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ମଘା ଓ ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୬, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ଷଷ୍ଠ  ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର, କନ୍ୟା, ଭାତୃ, ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜମଜଲିସ୍‌ରେ ଧନ ବ୍ୟୟକରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୩, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ପଞ୍ଚମ ଓ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଏବଂ ମାନସିକ ଅବସାଦରୁ ମୁକ୍ତ ହେବେ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :   ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ସକାଳ ୯ଟା ୧୫ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତା ଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ତାରା ।

ମକର :   ଦ୍ୱିତୀୟ ଓ ତୃତୀୟଚନ୍ଦ୍ର, ସୋମବାର ଏବଂ ଅପରାହ୍ଣ ୨ଟା ୫୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାତୃ, ଭଗ୍ନିଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ଶ୍ରୀଚନ୍ଦ୍ର ଏବଂ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ: ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଏହାପରେ ଶ୍ରୀଚନ୍ଦ୍ର, ସୋମବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ କର୍ମରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.