ମେଷ: ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଆର୍ଥିକ ସମସ୍ୟା, ପାରିବାରିକ ସମସ୍ୟା ଏବଂ ଭାଇଭଉଣୀଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।
ବୃଷ: କୃଷ୍ଣ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ କମଳା ।
ମିଥୁନ: ଶ୍ରୀଚନ୍ଦ୍ରଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଦେହ ମନ ସୁସ୍ଥ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚ କମ୍ ରହିବ ଏବଂ ଆୟ ଉତ୍ତମ ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ଅପସରିଯିବ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଆଶା, ଆକାଂକ୍ଷା ଏବଂ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ବହୁବିଧ ସମସ୍ୟା ଉପୁଜିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଯେଉଁ ମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୫, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦାର ଶିକାର ହେବେ ଏବଂ ମନ ଅସ୍ଥିର, ବିଷାଦ ଗ୍ରସ୍ତ ଏବଂ ଚାପଗ୍ରସ୍ତ ରହିବ । ଉନ୍ନତି ମୂଳକ କର୍ମରେ ବିଘ୍ନ ଓ ଧାର୍ମିକ କର୍ମରେ ପ୍ରତିବନ୍ଧକ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ସପ୍ତମଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଘାତବାର ଏବଂ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ: କୃଷ୍ଣ ପକ୍ଷର ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩