ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମଙ୍ଗଳବାର ରାଶିଫଳ; କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି…

Published By : Prameya | December 23, 2024 11:06 PM

ମେଷ: ଷଷ୍ଠ ଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, କ୍ଳେଶ ଏବଂ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଓ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।

ବୃଷ: ଘାତଚନ୍ଦ୍ର, ଅପରାହ୍ଣ ୧୨ଟା ୧୭ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ୱରଣଶକ୍ତି ଲୋପ୍‌ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: ଚତୁର୍ଥ ଚନ୍ଦ୍ର ଯୋଗୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ ଓ ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଆମୋଦ ପ୍ରମୋଦ ଏବଂ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦଶମଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁ ମାନଙ୍କର ପୂର୍ବା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁଜଗନ୍ନାଥ ।

ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର, ନବମୀତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେମାନ୍ଦାବସ୍ଥାଲାଗିରହିବଏବଂକର୍ମରେସଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ଅଷ୍ଟମଚନ୍ଦ୍ର, ମଙ୍ଗଳବାର ଏବଂ ଅପରାହ୍ଣ ୧୨ଟା ୧୭ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ସପ୍ତମଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ମନ ପ୍ରଫୁଲ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଓ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.