ପ୍ରମୂଖ ଖବର
  • ଏଚଏମପିଭିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାଲେ ରାଜ୍ୟ ସରକାର, ସବୁ ଜିଲ୍ଲାର ସ୍ଥିତିକୁ ନେଇ ହେବ ଆଲୋଚନା
  • ||
  • ଦେବଜିତ୍ ସାଇକିଆ ବିସିସିଆଇ ନୂଆ ସମ୍ପାଦକ, ଜୟ ଶାହଙ୍କ ଜାଗା ନେବେ
  • ||
  • ଫିରିଙ୍ଗିଆ : ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତି ପୂରଣ ପାଇଁ ଉତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ
  • ||
  • କଟକରେ ରୋଡ୍‌ ରନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ, ସମସ୍ତଙ୍କୁ ଫିଟ୍‌ ରହିବାକୁ ଅତିଥିଗଣଙ୍କ ଆହ୍ୱାନ
  • ||
  • ମାଲକାନଗିରି-ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର,୩ ମାଓବାଦୀ ନିହତ
  • ||
  • ଖୋର୍ଦ୍ଧା : ଗୋରୁ ଗାଡି ଜବତ ବେଳେ ମିଳିଲା ଗଞ୍ଜେଇ ଭର୍ତ୍ତି କାର୍‌, ଡ୍ରାଇଭର ସହ ସହଯୋଗୀ ଫେରାର
  • ||
  • ଭୁବନେଶ୍ୱର : ଲୋକଙ୍କ ଉତ୍ସାହ ଏବଂ ଭିଡ଼କୁ ଦେଖି ନିଷ୍ପତ୍ତି, ବର୍ଷକୁ ୧୨ ଥର ହେବ ପଥ ଉତ୍ସବ
  • ||
  • ରାଜଧାନୀରୁ ହାଇପ୍ରୋଫାଇଲ ଠକେଇ ମାମଲା: କଳା ସାମ୍ରାଜ୍ୟର ଗୁମର ଖୋଲିବ ଇଡି
  • ||
  • ପାଳଗଦାରେ ଦୁଇ ନାବାଳକ ଜଳିଯିବା ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ରୁଷ ଉପରେ ପୁଣି କଟକଣା ଲଗାଇଲା ଆମେରିକା, ୩% ବଢ଼ିଲା ଅଶୋଧିତ ତୈଳ ଦର.ପ୍ରଭାବିତ ଭାରତ, ଚୀନ
  • ||
  • ସ୍ପେଶ ଡ଼କିଂ ମିଶନରେ ମିଳିବ ବଡ଼ ସଫଳତା, ୧୫ ମିଟର ଦୂରରେ ୨ ସାଟେଲାଇଟ୍
  • ||
  • ବିଏମ୍‌ସିର ଦ୍ୱିତୀୟ ପଥ ଉତ୍ସବ: ଦୁଲୁକୁଛି ଜାଗମରା ନ୍ୟୁ ରୋଡ୍, ନାଚ, ଗୀତରେ ଝୁମିଲେ ସହରବାସୀ
  • ||
  • କୁମ୍ଭମେଳାକୁ ଗଡିବ ହାଇ-ଏଣ୍ଡ ପ୍ରିମିୟମ ବସ୍‌, ରବିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଶୀତରେ ଲାଗି ସାମୟିକ ବିରତି: ଆଜିଠୁ କମିବ ଥଣ୍ଡା, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | December 4, 2024 6:53 AM

ମେଷ: ଅଷ୍ଟମଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁସ୍କନ୍ଦ ।

ବୃଷ: ସପ୍ତମଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: ଷଷ୍ଠଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, କ୍ଲେଶ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ପଞ୍ଚମ ଚନ୍ଦ୍ର, ସୋମବାର ଏବଂ ବୁଧଙ୍କ ନକ୍ଷତ୍ର୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେଇପାରନ୍ତି । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସନ୍ତାନ ମାନଙ୍କ କର୍ମକୁ ନେଇ ଗର୍ବିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ଚତୁର୍ଥ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସ୍ୱଜନ, ପରିଜନଙ୍କପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ଦମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅନ୍ୟକୁ ଦେଇଥିବା ଧନ, ହୃତ ଧନ ଏବଂ ବକେୟା ଧନ ପ୍ରାପ୍ତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ବିଛା : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଏକାଦଶ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ସମସ୍ତ ଆଶା, ଆକାଂକ୍ଷା ଏବଂ ଅଭିଳାଷ ପୂର୍ଣ୍ଣହେବ । ନୂତନ ଭୂମିପୂଜା, ଗୃହାରମ୍ଭ ଏବଂ ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଦଶମଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ନବମ ଚନ୍ଦ୍ରଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧିପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.