ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ବଣାଇ : ବିଦ୍ୟୁତ ଖୁଣ୍ଟକୁ ପିଟି ଓଲଟିଲା OSRTC ବସ୍‌, ୨୦ ଆହତ
  • ||

ବୁଧବାର ରାଶିଫଳ ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟ…

Published By : Prameya | February 11, 2025 11:14 PM

ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ତୃତୀୟଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ,ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମିଥୁନ: ତୃତୀୟଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ। ଧନର ସତ୍‌ ବିନିଯୋଗ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ଭଗବାନ ଶିବ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଏକାଦଶଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଦୁଃଖ, ଶୋକ, କ୍ଳେଶ ଓ ଆର୍ଥିକ କଷ୍ଟରୁ ମୁକ୍ତି ମିଳିବ । ନୂତନ ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ହୃତ ଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଜନକ ସଫଳତା ମିଳିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦଶମଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂଦେହ, ମନ ସୁସ୍ଥ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ମକର : ସପ୍ତମ ଚନ୍ଦ୍ର, ପୂର୍ଣ୍ଣିମାତିଥି, ବୁଧବାରଏବଂବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ ।ରୋଗ, ଋଣ ଓ ଶତ୍ରୁ-ଏଥିରୁ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.