ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ବୁଧବାର ରାଶିଫଳ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର...

Published By : Prameya | February 18, 2025 9:58 PM

ଅଦ୍ୟ ତା.୧୯.୦୨.୨୦୨୫ରିଖ, କୁମ୍ଭ ୮ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଷଷ୍ଠୀ, ବୁଧବାର । ଷଷ୍ଠୀ: ସକାଳ ୭ଟା ୩୨ ମିନିଟ୍‌ ।ସ୍ୱାତୀ: ଦିବା୧୦ଟା ୩୯ ମିନିଟ୍‌ । ତୁଳାଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ : ୬ଟା ୧୪ମିନିଟ୍‌ ୩୧ ସେକେଣ୍ଡ । ସୂର୍ଯ୍ୟାସ୍ତ: ୫ଟା ୪୫ମିନିଟ୍‌ ୫୭ ସେକେଣ୍ଡ । ଯୋଗିନୀ ପଶ୍ଚିମେ,ସକାଳ ୭ଟା ୩୨ ମିନିଟ୍‌ ଗତେ, ବାୟବ୍ୟେ । ମୃତେ ସକାଳ ୭ଟା ୩୨ ମିନିଟ୍‌ ଗତେ ଏକପାଦ, ଦିବା ୧୦ଟା ୩୯ ମିନିଟ୍‌ ଗତେ ଦ୍ୱିପାଦ ପୁଷ୍କର ଦୋଷ । ତାଳ ଖାଇବା ମନା, ଖାଇଲେ ଦେହରେ ରୋଗ । ଅମୃତ ବେଳା : ଦିବା ୧୧ଟା ୩୬ ମିନିଟ୍‌ ଗତେ, ଅପରାହ୍ଣ ୧ଟା ୧୦ମିନିଟ୍‌ ମଧ୍ୟେ, ୪ଟା ୧୬ ମିନିଟ୍‌ ଗତେ, ସନ୍ଧ୍ୟା ୫ଟା ୪୦ମିନିଟ୍‌ ମଧ୍ୟେ ।

ଆଜିର ରାଶିଫଳ

ମେଷ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଷଷ୍ଠଚନ୍ଦ୍ର, ବୁଧବାର ଯୋଗୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ରୋଗ, ଋଣ, ଦୁଃଖ, ଶୋକ, କ୍ଲେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଓ ଜମିଜମାକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତାଭାବ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ନୂତନ ନିଯୁକ୍ତିର ଖବର ମିଳିପାରେ କିମ୍ବା ସଭା କିମ୍ବା ସଙ୍ଗଠନର ନେତୃ୍‌ତ୍ୱ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ଅସ୍ଥିରତା, ସମସ୍ତ କର୍ମରେ ଅନିୟମିତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ  ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଏକାଦଶ ଚନ୍ଦ୍ର ଯୋଗୁ ଏବଂ ଦିବା ୧୦ଟା ୩୪ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ନୂତନ ଆୟର ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ ।ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.