ଅଦ୍ୟ ତା.୨୪.୦୨.୨୦୨୫ ରିଖ, କୁମ୍ଭ ୧୩ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଏକାଦଶୀ, ସୋମବାର । ଏକାଦଶୀ: ଅପରାହ୍ଣ ୧ଟା ୪୫ମିନିଟ୍ । ପୂର୍ବାଷାଢ଼ା: ସନ୍ଧ୍ୟା୬ଟା ୫୯ମିନିଟ୍ । ଧନୁ ଚନ୍ଦ୍ର: ରାତ୍ରି ୧୨ଟା ୫୬ ମିନିଟ୍ । ସୂର୍ଯ୍ୟୋଦୟ : ୬ଟା ୧୧ମିନିଟ୍ ୧୫ ସେକେଣ୍ଡ । ସୂର୍ଯ୍ୟାସ୍ତ: ୫ଟା ୪୮ମିନିଟ୍ ୦୫ସେକେଣ୍ଡ । ଯୋଗିନୀ ଆଗ୍ନେୟେ, ଅପରାହ୍ଣ ୧ଟା ୪୫ ମିନିଟ୍ ଗତେ, ନୈରୁତେ । ମୃତେ ଅପରାହ୍ଣ ୧ଟା ୪୫ ମିନିଟ୍ ମଧ୍ୟେ ଏକ ପାଦ ପୁଷ୍କର ଦୋଷ । ସନ୍ଧ୍ୟା ୬ଟା ୫୯ ମିନିଟ୍ଗତେ ଦ୍ୱିପାଦ ପୁଷ୍କର ଦୋଷ । ଅପରାହ୍ଣ ୧ଟା ୪୫ ମିନିଟ୍ ମଧ୍ୟେ ଶିମ୍ବ ଓ ପରେ ପୋଇ ଖାଇବା ମନା, ଖାଇଲେ ବ୍ରହ୍ମ ହତ୍ୟା ସମ ପାପ । ଅମୃତ ବେଳା : ସକାଳ ୧୦ଟା ୪୮ ମିନିଟ୍ ଗତେ, ୧ଟା ୦୯ ମିନିଟ୍ ମଧ୍ୟେ, ଅପରାହ୍ଣ ୩ଟା ୩୦ ମିନିଟ୍ ଗତେ, ସନ୍ଧ୍ୟା ୫ଟା ୦୪ ମିନିଟ୍ମଧ୍ୟେ ।
ମେଷ : ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।
ବୃଷ : ଅଷ୍ଟମଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ନୀଳ,ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ଆର୍ଦ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଷଷ୍ଠଚନ୍ଦ୍ର, ସୋମବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହବନ୍ଧୁତା, ଚାଲିଚଳନରେ ସଞ୍ଜମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ ଓ ଶତ୍ରୁ-ଏଥିରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ମାତଙ୍ଗୀ ।
ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା,ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ପ୍ରୟୋଗରେ ଅସଫଳ ହେବେ ଏବଂ ପାଞ୍ଚଟି କର୍ମରେ ଅତ୍ୟଧିକ ଅଶୁଭ ଫଳ ମିଳିବ । ସମ୍ମାନ ହାନି, ସନ୍ତାନ ହେତୁକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ପାରିବାରିକ ବିବାଦ ଏବଂ ନିଜର ବାକ୍ସଞ୍ଜମତା ହରାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା :୧୧, ଆରାଧନା : ପ୍ରଭୁଗଜାନନ ।
କନ୍ୟା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ ଏବଂ ଜମିଜମା ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଘାତଚନ୍ଦ୍ର, ଅପରାହ୍ଣ ୧ଟା ୪୫ ମିନିଟ୍ ପରେ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ପାରିବାରିକ ବିବାଦ, ଭାଇ, ଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ବାଦ ବିବାଦ, ସ୍ୱାସ୍ଥ୍ୟଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ : ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ ଓ ପଡ଼ୋଶୀଙ୍କ ସହଯୋଗ ପ୍ରାପ୍ତ ହେବ । ପୁତ୍ର, କନ୍ୟା ଓଭାତୃ, ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ । ସମସ୍ତ ଅଟକିଥିବା କାମ ଓ ବନ୍ଦ ହୋଇଥିବା କାମ ସଫଳତାର ସହ ସମ୍ପାଦନ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ମନରେ ଧାର୍ମିକ ଭାବନା ପ୍ରକାଶ ପାଇବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଶ୍ରବଣା ଓ ଉତ୍ତରା ଷାଢ଼ା ମକର, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
କୁମ୍ଭ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି ଏବଂଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ଦଶମ ଚନ୍ଦ୍ର, ସୋମବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ଉତ୍ସାହ, ଉଦ୍ଦୀପନା, କର୍ମତତ୍ପରତା ପ୍ରକାଶ ପାଇବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩