ପ୍ରମୂଖ ଖବର
  • ଚାମ୍ପିଅନ୍ସ ଟ୍ରଫିକୁ ଆତଙ୍କୀ ହମଲା ଡର; ବିଦେଶୀ ଖେଳାଳିଙ୍କୁ ଅପହରଣ ଯୋଜନା କରୁଛି ISKP
  • ||
  • ଏଯାଏଁ ସରିନି ରତ୍ନଭଣ୍ଡାର ମରାମତି କାମ, ମାର୍ଚ୍ଚ ସୁଦ୍ଧା ସରିବନି ଗଣତି ମଣତି
  • ||
  • ରାଜଧାନୀକୁ ଜଗିବ ଏଆଇ କ୍ୟାମେରା, ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ଲାଗିବ କ୍ୟାମେରା
  • ||
  • କଟକ : ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ, କପି କଲାବେଳେ ଧରାପଡ଼ିଲେ ୮ ପରୀକ୍ଷାର୍ଥୀ
  • ||
  • ବଲାଙ୍ଗୀର : ବରଯାତ୍ରୀରେ ମର୍ଡର ପ୍ଲାନ୍‌: ମଉକା ଦେଖି କରିଥାନ୍ତେ ହତ୍ୟା, ଯୋଜନା ଭଣ୍ଡୁର କରିଦେଲା ପୋଲିସ
  • ||
  • କେନ୍ଦ୍ରାପଡ଼ା : ସ୍କୁଟିକୁ ପଛପଟୁ ପିଟିଲା ହାଇୱା, ମହିଳା ମୃତ
  • ||
  • ମାଓ ଯୋଜନା ପଣ୍ଡ, ଯବାନଙ୍କୁ ଟାର୍ଗେଟ୍ କରି ଖଞ୍ଜା ହୋଇଥିବା ବୋତଲ ବୋମା ଠାବ
  • ||
  • ନୀଳଗିରି : ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ତୃତୀୟ ଥର ପାଇଁ ମା’ ହେଲା ବାଘୁଣୀ ଅଙ୍କିତା, ଗୋଟିଏ ଶାବକକୁ ଦେଲା ଜନ୍ମ
  • ||
  • ରାୟଗଡ଼ା : ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଆଜି ଚାଷୀଙ୍କ ଖାତାକୁ ଯିବ ପିଏମ୍ କିଷାନ ଟଙ୍କା, ବିହାରରୁ ୧୯ ତମ କିସ୍ତି ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ପ୍ରଭୁ ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ, ସକାଳ ୧୧ରୁ ୧୨ଟା ମଧ୍ୟରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ
  • ||
  • କେନ୍ଦ୍ରାପଡ଼ା : ଜମିବାଡ଼ି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଗୁରୁତର
  • ||
  • ରାଜ୍ୟରେ ଟ୍ରଫ୍‌ଲାଇନ ପ୍ରଭାବ: ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ୩ ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ନେଇ ୟେଲୋ ୱାର୍ଣ୍ଣିଂ
  • ||

ମଙ୍ଗଳବାର ରାଶିଫଳ; ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ…

Published By : Prameya | February 24, 2025 10:11 PM

ଅଦ୍ୟ ତା.୨୫.୦୨.୨୦୨୫ରିଖ, କୁମ୍ଭ ୧୪ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଦ୍ୱାଦଶୀ, ମଙ୍ଗଳବାର। ଦ୍ୱାଦଶୀ: ଅପରାହ୍ଣ ୧୨ଟା ୪୮ମିନିଟ୍‌। ଉତ୍ତରାଷାଢ଼ା: ସନ୍ଧ୍ୟା ୬ଟା୩୧ ମିନିଟ୍‌ । ମକର ଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ : ୬ଟା ୧୦ମିନିଟ୍‌ ୩୩ସେକେଣ୍ଡ। ସୂର୍ଯ୍ୟାସ୍ତ: ୫ଟା ୪୮ମିନିଟ୍‌ ୨୯ ସେକେଣ୍ଡ ।ଯୋଗିନୀ ନୈଋତେ, ଅପରାହ୍ଣ ୧୨ଟା ୪୮ମିନିଟ୍‌ ଗତେ, ଦକ୍ଷିଣେ । ମୃତେତ୍ରି ପାଦ, ଅପରାହ୍ର ୧୨ଟା ୪୮ ମିନିଟ୍‌ ଗତେ ଦ୍ୱିପାଦ, ସନ୍ଧ୍ୟା ୬ଟା ୩୧ ମିନିଟ୍‌ଗତେ ଏକପାଦ ପୁଷ୍କର ଦୋଷ । ଅପରାହ୍ଣ ୧୨ଟା ୪୮ମିନିଟ୍‌ ମଧ୍ୟେ ପୋଇ ଓ ପରେ ବାଇଗଣ ଖାଇବା ମନା, ଖାଇଲେ ପୁତ୍ର ହାନି, ପୁତ୍ର କଷ୍ଟ ପାଇବେ। ଅମୃତବେଳା : ଦିବା ୧୦ଟା ୧୦ମିନିଟ୍‌ଗତେ, ୧୨ଟା ୨୨ମିନିଟ୍‌ ମଧ୍ୟେ, ଅପରାହ୍ଣ ୩ଟା ୩୦ ମିନିଟ୍‌ ଗତେ, ୫ଟା ୦୪ ମିନିଟ୍‌ ମଧ୍ୟେ ।

 

ମେଷ : ଦଶମଚନ୍ଦ୍ର, ମଙ୍ଗଳବାର ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ। ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମ, ଆଜି ଆପଣଙ୍କ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର,ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣକାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଶତ୍ରୁବୃଦ୍ଧି ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା, ବାଧାବିଘ୍ନ ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଶିକ୍ଷା,ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଉପୁଜି ପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଳଗୁନୀ କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୦୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆର୍ଥିକ ସ୍ଥିତିରେ ଉନ୍ନତି, ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଦିବା ୧୨ଟା ୪୮ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ, ଆର୍ଥିକସ୍ଥିତିରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଶ୍ରୀଚନ୍ଦ୍ର, ଘାତବାର ଏବଂ ଅପରାହ୍ଣ ୧୨ଟା ୪୮ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖ ଶାନ୍ତି ଅତୁଟ ରହିବ । କୌଣସି ବୈବାହିକ କର୍ମରେ ଯୋଗଦେବେ କିମ୍ବା ପରିବାରର କୌଣସି ସଦସ୍ୟଙ୍କ ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର, ଦ୍ୱାଦଶୀତିଥି ଯୋଗୁ ଖର୍ଚ୍ଚକାଟ କରିବାର ସମସ୍ତ ଉପାୟକୁ ଅବଲମ୍ବନ କରିବେ । ସମସ୍ତ କର୍ମରେ ଗୁପ୍ତ ରହିବାର ଭାବନା ପ୍ରକାଶ ପାଇବ ଏବଂ ସମସ୍ତଙ୍କୁ ସନ୍ଦେହ କରିବାର ମାନସିକତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ସହଜ ହେବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଏକାଦଶଚନ୍ଦ୍ର, ମଙ୍ଗଳବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ.: ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.