ମେଷ: ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପସିତ୍ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଗୋଲାପୀ, ଶୁଭସଂଖ୍ୟା: ୬, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଏବଂ ଘାତତିଥି ଯୋଗୁ ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଏ ସମୟ ପରେ ତୃତୀୟଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ରୋହିଣୀବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ ଗାୟତ୍ରୀ ।
ମିଥୁନ: ଶ୍ରୀଚନ୍ଦ୍ର ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଏହାପରେ ଦ୍ୱିତୀୟଚନ୍ଦ୍ର ଯୋଗୁ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଆଳସ୍ୟତାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ହା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ସମସ୍ତକର୍ମରେ ତତ୍ପରତା ଏବଂ ସମସ୍ତକର୍ମ ଆପଣଙ୍କ ସପକ୍ଷରେ ଯିବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଏବଂ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୨, ଆରାଧନା: ମା’ ଭୁବନେଶ୍ୱରୀ ।
ସିଂହ: ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ସମ୍ପୂର୍ଣ୍ଣ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା: ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ବିଘ୍ନ ଓ ଅନିଶ୍ଚିତତା ଦେଖାଦେବ ଏବଂ ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ । ଏହାପରେ ଏକାଦଶ ଚନ୍ଦ୍ର ଯୋଗୁ ସମସ୍ଥ ସ୍ଥିତିରେ ଆକସ୍ମିକ ପରିବର୍ତ୍ତନ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ଆୟର ପନ୍ଥା ଖୋଲିବ । କର୍ମରେ ସଫଳତା, ସମ୍ମାନ ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
ତୁଳା: ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ କର୍ମରେ ଅଚଳାବସ୍ଥା ଲାଗି ରହିବ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା ବଦଳରେ ପ୍ରସନ୍ନତା, ବ୍ୟବସାୟରେ ମାନ୍ଦାବସ୍ଥା ବଦଳରେ ଉତ୍ତମ ଅବସ୍ଥା ଏବଂ ସମସ୍ତ କର୍ମରେ ତତ୍ପରତା ଓ ସମୟାନବର୍ତ୍ତିତା ପ୍ରକାଶପାଇବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଘାତବାର ଏବଂ ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଅବସ୍ଥା ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ବିଶାଖା ବିଛା ଓ ଯାହାର ପ୍ରଥମ ନାମାକ୍ଷର ତେ, ତୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ଧନୁ : ଘାତବାର ଏବଂ ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର ବିଦାବୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା: ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ ଏବଂ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଏବଂ ଘାତତିଥି ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ବଚନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କରଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ସକାଳ ୧୦ଟା ୧୨ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନଠାରୁ ଅପମାନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦା, ଦି ସେମାନେ ସତର୍କ ହେବେ ।ଶୁ ଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।