ପ୍ରମୂଖ ଖବର
  • କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ଆସିଲେନି ଦୀପାଳି, ତଦନ୍ତ ଅଧିକାରୀଙ୍କୁ ଜଣାଇଲେ ବ୍ୟକ୍ତିଗତ କାରଣ
  • ||
  • WPL 2025: ଆଜି ୟୁପି-ଗୁଜରାଟ ଜାଏଣ୍ଟ୍‌ସ ଲଢ଼େଇ, ବିଜୟ ଧାରାକୁ ଫେରିବାକୁ ସବୁ ଶକ୍ତି ଖଟାଇବେ ୱାରିଅର୍ସ
  • ||
  • ବୌଦ୍ଧ : ୩୫ କ୍ୱିଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ନଗଦ ଟଙ୍କା ଜବତ, ମାଫିଆ ଫେରାର
  • ||
  • ପୁରୀ : ତାରିଣୀ ମନ୍ଦିରରୁ ଲୁଟ୍‌, କଟର୍‌ରେ ହୁଣ୍ଡି କାଟି ଦାନ ଟଙ୍କା ନେଇଗଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ, ପୂରଣ ହେବ ୧୦୮୩ ପଦବି
  • ||
  • ତିଗିରିଆରେ ବାରହା ଆକ୍ରମଣରେ ୨ ଆହତ, ହସ୍ପିଟାଲରେ ଭର୍ତ୍ତି
  • ||
  • ରାୟଗଡ଼ା : ୨୧ କେଜି ଗଞ୍ଜେଇ ଜବତ, ୨ ଚାଲାଣକାରୀ ଗିରଫ
  • ||
  • ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀକୁ ମାରି ପୋତିଦେଲା ସ୍ତ୍ରୀ, ତିନି ଦିନ ପରେ ଆତ୍ମସମର୍ପଣ
  • ||
  • କାମାକ୍ଷାନଗର : ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜନତା ଦରବାରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ପଞ୍ଜିକରଣ କରିଛନ୍ତି ୧ ହଜାର ଅଭିଯୋଗକାରୀ
  • ||
  • ଉମରକୋଟ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚନ୍ଦ୍ରପୃଷ୍ଠରେ ‘ବ୍ଲୁ ଘୋଷ୍ଟ’ର ସଫଳ ଅବତରଣ, ମହାକାଶ ଗବେଷଣାରେ ଘରୋଇ କମ୍ପାନିର ବାଜିମାତ୍
  • ||
  • ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ର ନୋଟିସ୍‌: ସୋମବାର ହାଜର ହେବେ ଦୀପାଳି ଓ ବିଶାଲ !
  • ||
  • ରାଜ୍ୟରେ ପାରଦ ଉପରମୁହାଁ: ୩୮ ଡିଗ୍ରୀ ଡେଇଁଲା ବୌଦ୍ଧ, ବଲାଙ୍ଗୀର,୧୦ ସହର ତାପମାତ୍ରା ୩୭ ଡିଗ୍ରୀ ପାର୍
  • ||

ମଙ୍ଗଳବାର ରାଶିଫଳ; ଶତ୍ରୁବୃଦ୍ଧି, ଶାରୀରିକ ପୀଡ଼ା ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ…

Published By : Prameya | March 3, 2025 9:25 PM

ମେଷ : ଘାତଚନ୍ଦ୍ର, ଅପରାହ୍ଣ ୩ଟା ୧୭ ମିନିଟ୍‌ ପରେ ଘାତତିଥି ଯୋଗୁରୋଗ, ଋଣ, ଦୁଃଖ, କ୍ଳେଶ ଓ ମାନସିକ ଅବସାଦରେ ଦିନଟି କଟିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଶତ୍ରୁବୃଦ୍ଧି, ଶାରୀରିକ ପୀଡ଼ା ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା :୬, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସ୍ମରଣଶକ୍ତି ହ୍ରାସ ଘଟିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ପରିବାରରେ ଅଶାନ୍ତି ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ :ନୀଳ, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆୟ ପଚିଶ ଟଙ୍କା ହେଲେ ବ୍ୟୟ ପାଞ୍ଚ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ ଏବଂ ଧନର ସତ୍‌ବିନି ଯୋଗ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା :୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଦଶମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । କର୍ମ ତତ୍ପର ଏବଂ କର୍ମ ଚଞ୍ଚଳ ରହିବେ ଏବଂ ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମ ସଫଳତର ସହ ସମ୍ପାଦନ କରିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ବ୍ୟକ୍ତିଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଶାରୀରିକ ପୀଡ଼ା, ପରିବାରରେ ଅଶାନ୍ତି ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସପ୍ତମଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରଖିବେ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଓ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ଠାରୁ ଧନ ଓ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ ।

ବିଛା : ଷଷ୍ଠ ଚନ୍ଦ୍ର, ଅପରାହ୍ଣ ୩ଟା ୧୬ ମିନିଟ୍‌ପରେ ଷଷ୍ଠୀତିଥି ଏବଂ ମଙ୍ଗଳବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂ୍‌ର୍ଣ୍ଣ ହେବ । କର୍ମରେ, ବ୍ୟବସାୟରେ ଏବଂ ଆର୍ଥିକ ଅବସ୍ଥାରେ ଆଶା ଠାରୁ ଅଧିକ ଉନ୍ନତି ଦେଖାଦେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟକରିବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଏବଂ ସ୍ମରଣଶକ୍ତିର ବିକାଶ ଘଟିବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀ ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ :ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ତୃତୀୟଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ଗୃହାରମ୍ଭ ଆଦି ଶୁଭକର୍ମ ପାଇଁ ଯୋଜନା କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୦୬, ଆରାଧନା : ମା’ କାଳୀ ।

ମୀନ : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ, ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଧନର ସତ୍‌ବିନିଯୋଗ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଧ୍ୟାନ ଦେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.