ମେଷ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ମଙ୍ଗଳଙ୍କ ନକ୍ଷତ୍ରସାରା ଦିନ ରହୁଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ। ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଅଯଥା ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଏହା ପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟରେ ଆୟଉତ୍ତମ ହେବ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ। ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨ ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏ ସମୟ ପରେ ଦ୍ୱାଦଶଚନ୍ଦ୍ର ଯୋଗୁ ଅର୍ଜିଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଅପବ୍ୟୟ ଅପବାଦ ଓ ଅପଯଶର ଶିକାର ହେବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ସିଂହ : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବିଦେଶ ଯାତ୍ରା ଓ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭ ଫଳ ମିଳିବ । ଏହାପରେ ଘାତ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତକର୍ମ ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ବିପଦ ଆସିପାରେ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ବିଫଳତା ଓ ବ୍ୟବସାୟରେ କ୍ଷତି ପହଞ୍ଚିବ । ଏହା ପରେ ନବମ ଚନ୍ଦ୍ର, ଶୁକ୍ରବାର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ଅଷ୍ଟମଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଅପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଦାମ୍ପତ୍ୟ ଜୀବନରେ କଳହ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂଦେହ, ମନ ସୁସ୍ଥ ରହିବ ।ପୁତ୍ର, କନ୍ୟା, ଭ୍ରାତୃ ଓ ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୁଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ପଞ୍ଚମ ଓ ଷଷ୍ଠଚନ୍ଦ୍ର, ଶୁକ୍ରବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଦିବା ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବିଫଳତା ଦେଖା ଦେବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
ମୀନ : ଘାତବାର ଏବଂ ଦିବା ୧୧ଟା ୪୫ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଗକ୍ଟଭ : ୯୪୩୭୧୩୩୪୭୩