ପ୍ରମୂଖ ଖବର
  • ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ, ଆଜି ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ମଙ୍ଗଳବାର ରାଶିଫଳ; ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ…

Published By : Prameya | March 17, 2025 10:54 PM

ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ମଉଜମସ୍ତିରେ ଅଧିକ ଧନ ବ୍ୟୟ ହେବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ହସ ଖୁସିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ଷଷ୍ଠଚନ୍ଦ୍ର, ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ। ରୋଗ, ଋଣ, ଦୁଃଖ,ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ। ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା :୪, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣ ପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ ଏବଂ ମାନ, ସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀ ମାନେ ଅସହଯୋଗ କରିବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୧୧, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଶ୍ରୀଚନ୍ଦ୍ର ସ୍ୱାତୀ ନକ୍ଷତ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା :୦୨ , ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ କୃଷ୍ଣପକ୍ଷ ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରିଯିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ସଞ୍ଚୟ ପ୍ରତି ଅଧିକ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ବହୁତ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା :୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ବ୍ୟବସାୟରେ, ଆୟରେ ଅଧିକ ଉନ୍ନତି କରିବା ପାଇଁ ଯୋଜନା କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଧନର ସତ୍‌ବିନିଯୋଗ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ନୂତନ ଆୟର ମାର୍ଗ କିମ୍ବା ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ମୂଳା ଓ ଉତ୍ତରା ଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦ ଗ୍ରସ୍ତ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ ଏବଂ ଚଳଚଞ୍ଚଳ ରହିବେ । ସାମାଜିକ କର୍ମରେ ବ୍ୟସ୍ତ ରହି ଅନ୍ୟ ସମସ୍ତ ବିଷୟ ପ୍ରତି ଅବହେଳା କରିବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମନିପୁଣତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ରଓ ଘାତତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର, ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଏବଂ ଚତୁର୍ଥୀ ତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩     

  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.