ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ମଙ୍ଗଳବାର ରାଶିଫଳ; ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ...

Published By : Prameya | March 24, 2025 10:37 PM

ମେଷ : ଦଶମଚନ୍ଦ୍ର, ମଙ୍ଗଳବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ନିମନ୍ତେ ଉଦ୍ୟମ ଜାରି ରଖିବେ । ଉଦ୍‌ଯୋଗୀ ହେବେ ଏବଂ କର୍ମତତ୍ପର ଓ ଚଳଚଞ୍ଚଳ ରହିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ସପ୍ତମଚନ୍ଦ୍ର, ଏକାଦଶୀ ତିଥି, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଏବଂ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ଭଗବାନ ଶିବ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଶାରୀରିକ ପୀଡ଼ା, ଶତ୍ରୁବୃଦ୍ଧି ଘଟିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ପାଞ୍ଚଟି କର୍ମରେ ଅଶୁଭ ଫଳ ମିଳିବ । ମନରେ ଅସ୍ଥିରତା, ମାନ ସମ୍ମାନ ହାନି, ବିଦ୍ୟାରେ ବିଫଳତା, ସନ୍ତାନ ମାନଙ୍କ କର୍ମକୁ ନେଇ ମନରେ ଦୁଶ୍ଚିନ୍ତା ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ବ୍ୟସ୍ତ ରହିବେ। ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା :୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଚତୁର୍ଥ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା :୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ ।ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ  । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଧାର୍ମିକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍‌ବିନିଯୋଗ କରିବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତକର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.