ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ବୁଧବାର ରାଶିଫଳ; ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ...

Published By : Prameya | March 4, 2025 10:15 PM

ମେଷ : ସକାଳ ୮ଟା ୧୩ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର ରହିବ ଏବଂ କର୍ମ କରିବାରେ ଆଗ୍ରହ କମ୍‌ ରହିବ । ଏହା ପରେ ଦ୍ୱିତୀୟଚନ୍ଦ୍ର ଯୋଗୁ ଏବଂ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପୈତୃକ ସମ୍ପତ୍ତିରୁ ଧନ ମିଳିବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଆୟରକିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା :୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ସକାଳ ୮ଟା ୧୩ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଏବଂ ପରେ ଷଷ୍ଠୀ ତିଥି ଶ୍ରୀଚନ୍ଦ୍ର ବୁଧବାର ଯୋଗୁ ଦ୍ୱାଦଶ ଚନ୍ଦ୍ରର ପ୍ରଭାବ ବିଶେଷ ରହିବ ନାହିଁ। ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ :ସିଲ୍‌ଭର, ସଂଖ୍ୟା : ୦୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ସକାଳ ୮ଟା ୧୩ ମିନିଟ୍‌ ପରେ ଦ୍ୱାଦଶଚନ୍ଦ୍ର ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ,ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା :୬, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ରାତ୍ରି ୧ ଘଣ୍ଟା ୮ ମିନିଟ୍‌ ପର୍ଯ୍ୟନ୍ତ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ପଦସ୍ଥ ଅଧିକାରୀ, ରାଜନୈତିକ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ କରିବେ । ଧନ, ସମ୍ପଦ ଆୟବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ପଦୋନ୍ନତି ମିଳିପାରେ। ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ନବମ ଓ ଦଶମଚନ୍ଦ୍ର ଓ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ। ଆଜି ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ ।ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ସକାଳ ୮ଟା ୧୩ ମିନିଟ୍‌ ପରେ ନବମ ଚନ୍ଦ୍ର, ଷଷ୍ଠୀ ତିଥି ଏବଂ ବୁଧବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟକରିବେ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ହସ୍ତା ଓଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ସକାଳ ୮ଟା ୧୩ ମିନିଟ୍‌ ପରେ ଅଷ୍ଟମଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖା ଦେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମାନସିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ସକାଳ ୮ଟା ୧୩ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ କିମ୍ବା ସହକର୍ମୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ପୁତ୍ର, କନ୍ୟା, ଭ୍ରାତୃ ଓ ଭଗ୍ନୀଙ୍କ ବୈବାହିକ କର୍ମରେ ବିଘ୍ନ କିମ୍ବା ଅଯଥା ବିଳମ୍ବ ଦେଖାଦେବ ଏବଂ ମୂଲ୍ୟବାନ ଧାତୁ ନଷ୍ଟ କିମ୍ବା ହଜି ଯାଇପାରେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ମହିଳା ସହ କର୍ମୀଙ୍କ ଠାରୁ ଅପମାନ ମିଳିପାରେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ପଞ୍ଚମ ଓ ଷଷ୍ଠଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁପଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ସକାଳ ୮ଟା ୩ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ସକାଳ ୮ଟା ୧୩ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ରଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ସକାଳ ୮ଟା ୧୩ ମିନିଟ୍‌ ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ଭାଇ, ଭଉଣୀଙ୍କ ସହଯୋଗ ପ୍ରାପ୍ତ କରିବେ ।ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.