ମେଷ : ଦ୍ୱିତୀୟଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ଧନ, ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷଏବଂ ଆତ୍ମତୃପ୍ତି ମିଳିବ ନାହିଁ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ବୃଷ : ଶ୍ରୀଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ, ବିଦ୍ୟାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର, ଦିବା ୧୦ଟା ୫୧ ମିନିଟ୍ ପରେ ଅଷ୍ଟମୀ ତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ନୂତନ ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ଭଗବାନ ଶିବ ।
ସିଂହ : ଦଶମଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଘାତବାର, ଅଷ୍ଟମଚନ୍ଦ୍ର, ଦିବା ୧୦ଟା ୫୦ ମିନିଟ୍ ପରେ ଅଷ୍ଟମୀତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ବିଶାଖାତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଦାମ୍ପତ୍ୟ ଜୀବନରେ କଳହର ସୂତ୍ରପାତ ହେବ କିମ୍ବା ଧର୍ମପତ୍ନୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ଧନକୁ ନେଇ ବିବାଦ ଓ ପରିଚିତ ମହିଳାଙ୍କ ଯୋଗୁ ଧନକ୍ଷତି ଏବଂ ତାଙ୍କ ଯୋଗୁ ବିପଦରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ରୋଗ, ଋଣ ଓ ଶତ୍ରୁ-ଏଥିରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କରମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ମାତଙ୍ଗୀ ।
ମକର : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ରଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ।ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କ ବାକ୍ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ ।ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତଚନ୍ଦ୍ର ଓ ଚତୁର୍ଥ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଶାରୀରିକ ପୀଡ଼ା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବ ଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ତୃତୀୟଚନ୍ଦ୍ର, ଗୁରୁବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରାମ୍ଭ, ଗୃହପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ ପ୍ରାପ୍ତ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ବିଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩