ମେଷ : ଅଷ୍ଟମଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ।ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧିପାଇବ ଏବଂ ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସତର୍କହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ବୃଷ : ସପ୍ତମଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ସହଧର୍ମିଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମଉଜ,ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରପ୍ରତି ଅଧିକ ଯତ୍ନବାନ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଷଷ୍ଠଚନ୍ଦ୍ର ହେତୁ ରୋଗ, ଋଣ ଓ ଶତ୍ରୁ ଏବଂ ଅବସାଦମୁକ୍ତ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ପଞ୍ଚମ ଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପାଞ୍ଚଟି କର୍ମରେ ଅତ୍ୟଧିକ ଶୁଭଫଳ ମିଳିବ । ବିଦ୍ୟାରେ ବିଚକ୍ଷଣତା, ମନରେ ପ୍ରସନ୍ନତା, ସନ୍ତାନମାନଙ୍କ ଆଜ୍ଞାବହତା, ସମସ୍ତକର୍ମରେ ଆଶାଠାରୁ ଅଧିକସଫଳତା ଏବଂ ପରିସ୍ଥିତି ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ସମସ୍ତକର୍ମ ମର୍ଯ୍ୟାଦାପୂର୍ଣ୍ଣ ରହିବ । ଯେଉଁମାନଙ୍କର ପୁନବର୍ସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।
ସିଂହ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବାଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ତୃତୀୟଚନ୍ଦ୍ର ଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ଏବଂ ମନୋବଳ ଦୃଢ଼ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁଚିନ୍ତିତପଦକ୍ଷେପ ନେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ ।ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା: ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନ ଓ ଆୟପ୍ରତି ଧ୍ୟାନ ଅଧିକ ରହିବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷମିଳିବ ନାହିଁ । ଆକସ୍ମିକ ଧନଲାଭ ଏବଂ ହୃତଧନ ଓ ବକେୟା ଧନ ଫେରିପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନ ବିଷାଦ ଗ୍ରସ୍ତ ରହିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ କମଳା ।
ବିଛା : ଶ୍ରୀଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷଏବଂ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ଧନୁ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଏକାଦଶଚନ୍ଦ୍ର ଏବଂ ସକାଳ ୯ଟା ୪୬ ମିନିଟ୍ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶିଖର ଛୁଇଁବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଘାତବାରଏବଂ ଦଶମଚନ୍ଦ୍ରଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତରହିବ । ନୂତନ କର୍ମାରମ୍ଭର ଯୋଜନା କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ନବମ ଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ମହତ୍ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ସୁଫଳପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଗକ୍ଟଭ.: ୯୪୩୭୧୩୩୪୭୩