ପ୍ରମୂଖ ଖବର
  • ଭରତପୁର ଥାନା ବିବାଦ ଘଟଣା: ନୋଟିସ ପରେ କମିଶନଙ୍କ ନିକଟରେ ହାଜର ହେଲେ ସମସ୍ତେ
  • ||
  • ଜୟରାମପୁର ଗାଁରେ ଅଘଟଣ, ବୃଦ୍ଧାଙ୍କୁ କାମୁଡ଼ି ମାରିଦେଲା ପାଗଳ କୁକୁର
  • ||
  • ନୂଆପଡ଼ା:ପାଳଗଦାରେ ନିଆଁ ଲଗାଇ ଦେଲା ବୋଲି ୭ ବର୍ଷର ନାବାଳକଙ୍କୁ ମାଡ ମାରି ଜାଳନ୍ତି ନିଆଁରେ ଫିଙ୍ଗି ଦେଲା ମାଲିକ
  • ||
  • ବୌଦ୍ଧ ପୋଲିସର ବଡ଼ ସଫଳତା: ଦୁଇଟି ଥାନା ଅଞ୍ଚଳରୁ ୧ ଲକ୍ଷ ୨୦ ହଜାର ଗଞ୍ଜେଇ ଗଛ ନଷ୍ଟ
  • ||
  • ଘଟଗାଁ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ଜୟପୁର : ରାଣୀଗଡର ତେଲିଙ୍ଗିରି ଡ୍ୟାମରୁ ପାଣି ଲିକ୍‌, ରବି ଫସଲ ପ୍ରଭାବିତ ହେବାର ଆଶଙ୍କା
  • ||
  • ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ, ଶ୍ରୀକ୍ଷେତ୍ରରେ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
  • ||
  • ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର, ଲାଗି ହେଲା ଗଜଭୋଗ ଓ ତରଣ
  • ||

ସୋମବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ମେଷ : ଏକାଦଶ ଚନ୍ଦ୍ର ଏବଂ ସକାଳ ୯ଟା ୪୦ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍‌ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ନୂତନ ଭୂମିପୂଜା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: ଦଶମ ଚନ୍ଦ୍ର ଏବଂ ଦଶମୀ ତିଥି ଯୋଗୁ ନୂତନ କର୍ମାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ, ନୂତନ ଭୂମିପୂଜା, ଗୃହାରମ୍ଭ, ଗୃହ ପ୍ରତିଷ୍ଠାଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ପରିବାର ସହ ଯୋଗ ଦେଇ ପାରନ୍ତି । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: ଘାତବାର ଏବଂ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଅଷ୍ଟମ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ସପ୍ତମ ଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଗୋଲାପି, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ବଚନରେ ମଧୁରତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତକର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଏବଂ ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହଯୋଗ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା । 

ବିଛା :  ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତତିଥି ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ତୃତୀୟ ଚନ୍ଦ୍ର ଏବଂ ସକାଳ ୯ଟା ୪୦ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରିପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଆୟ ଓ ଧନ ଅର୍ଜନ କରିବା ପାଇଁ ନୂତନ କଳା କୌଶଳ ଆପଣାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଧନର ସତ୍‌ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ଶ୍ରୀ ଚନ୍ଦ୍ର, ସୋମବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ଆପଣଙ୍କ ମନରେ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ :  ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.