ମେଷ: ସପ୍ତମ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୧୧, ଆରାଧନା: ପ୍ରଭୁସ୍କନ୍ଦ ।
ବୃଷ: ଘାତବାର ଏବଂ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ ।
ମିଥୁନ: ପଞ୍ଚମ ଚନ୍ଦ୍ର, ଶନିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ ।
କର୍କଟ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ପୁନର୍ବସୁ କର୍କଟ, ସେମାନେ, ସତର୍କ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।
ସିଂହ: ତୃତୀୟ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ଭାଇ , ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଧାର ଆସିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ ମିଳିବ ନାହିଁ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।
ତୁଳା: ଶ୍ରୀଚନ୍ଦ୍ର, ଶନିବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।
ଧନୁ : ଏକାଦଶ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ଦଶମ ଚନ୍ଦ୍ର ଏବଂ ଶନିବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ,ମନ ସୁସ୍ଥ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ମୀନ : ଅଷ୍ଟମଚନ୍ଦ୍ର, ଶନିବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩