ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ବୁଧବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

Published By : Harapriya Sethi | November 6, 2024 6:56 AM

ମେଷ: ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଅଷ୍ଟମ ଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ  ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ କମଳା ।

ମିଥୁନ: ସପ୍ତମ ଚନ୍ଦ୍ର, ବୁଧବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ ।

କର୍କଟ: ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୭, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ  ।

କନ୍ୟା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଘାତବାର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଭାଇଭଉଣୀଙ୍କ ସହ ବିବାଦ ଦେଖାଦେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ । କର୍ମରେ ସଫଳତା ପରିଶ୍ରମ ତୁଳନାରେ କମ୍‌ ମିଳିବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ନେଇଥିବା ଧନ ଓ ହୃତଧନ ଫେରିପାଇବେ । ଧନ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ସଞ୍ଚୟ ପ୍ରତି ମନରେ ଆଗ୍ରହ ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ ।   

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଅଧିକ ଠକାମିରେ ପଡ଼ିପାରନ୍ତି । ଅନ୍ୟକୁ ନେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

 

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.