ପ୍ରମୂଖ ଖବର
  • ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍‌କୁ ନେଇ ହେବ ଆଲୋଚନା
  • ||
  • ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ଟଙ୍କା
  • ||
  • ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ମହିଳାଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି
  • ||
  • ରାଜଧାନୀରେ ମାଙ୍କଡ଼ ଉତ୍ପାତ ଘଟଣା, ଟ୍ରାଙ୍କୁଲାଇଜ୍ କରି ଧରିଲା ନନ୍ଦନକାନନ ଟିମ୍
  • ||
  • କଟକ: କଟକ ବାଲିଯାତ୍ରାରେ ସିଏମ୍‌ସି ସ୍ବାସ୍ଥ୍ୟ ଟିମ୍‌ର ଚଢ଼ଉ, ଖାଦ୍ୟ ଷ୍ଟଲ୍‌ରୁ ବାସି, ଅପମିଶ୍ରିତ ଖାଦ୍ୟ ଜବତ
  • ||
  • ଭରତପୁର ଥାନା ମାମଲା: ଷ୍ଟାଟସ୍‌ ରିପୋର୍ଟ ଦାଖଲ ନିର୍ଦ୍ଦେଶ
  • ||
  • ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ନକ୍ସଲ ନିହତ, ଜଣେ ଯବାନ ଆହତ
  • ||
  • ତାମିଲନାଡୁ ମୁହାଁଇପାରେ ସମ୍ଭାବ୍ୟ ବାତ୍ୟା, ଓଡ଼ିଶାକୁ ପ୍ରଭାବ ନାହିଁ: ୨୪ ଘଣ୍ଟାରେ ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ
  • ||

ଶନିବାର ରାଶିଫଳ; ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ନୂତନ ଆୟର ମାର୍ଗ ଖୋଲିବ…

ମେଷ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଶ୍ରୀଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରିଯିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୧୨, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ନୂତନ ଆୟର ମାର୍ଗ ଖୋଲିବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ । ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଭାଗ୍ୟ ଆପଣଙ୍କର ସପକ୍ଷରେ ଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାପ୍ରତି ସଫଳତା ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଘାତବାର ଓ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । କର୍ମ ପ୍ରତି ଧ୍ୟାନ ଅଧିକ ଦେବେ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆଜି ଆପଣଙ୍କର ପାଇଁ ସହଜ ହେବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ପାଇପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୬, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :   ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ପରିଚିତ ମହିଳାଙ୍କ ଠାରୁ ଅପମାନ ଓ ଧନକ୍ଷତି ହୋଇପାରେ । ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ଶୋକ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ସନ୍ତାନ ମାନେ ବିଶୃଙ୍ଖଳିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ାମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ :   ଚତୁର୍ଥ ଚନ୍ଦ୍ର, ଶନିବାର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : ତୃତୀୟ ଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚା ଭିଳାଷ ଏବଂ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.