ମେଷ: ତୃତୀୟ ଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ଶୁଭସଂଖ୍ୟା: ୩, ଆରାଧନା : ପ୍ରଭୁହନୁମାନ ।
ବୃଷ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଏବଂ ଅପରାହ୍ଣ ୨ଟା ୦୫ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଏବଂ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ, ଦା, ଦି, ଦୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ କମଳା ।
ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ ଅଧିକପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଦ୍ୱାଦଶଚନ୍ଦ୍ର, ଗୁରୁବାର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରିଯିବ । ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।
ସିଂହ: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତିଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା : ପ୍ରଭୁଗଜାନନ ।
କନ୍ୟା: ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ଅସତ୍ଚିନ୍ତା, ଅସତ୍ଭାବନା ପ୍ରକାଶ ପାଇବ । ସମସ୍ତକର୍ମରେ ବିବାଦୀୟ ହେବେ ଏବଂ ସତ୍କର୍ମରୁ ବିଚ୍ୟୁତ ହୋଇ ଅସତ୍ କର୍ମରେ ଅଗ୍ରସର ହେବେ । କର୍ମରେ ବିଫଳତା ଏବଂ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । ଯେଉଁ ମାନଙ୍କର ହସ୍ତାକନ୍ୟା ଓ ଯାହାର ପ୍ରଥମ ନାମାକ୍ଷରପୁ, ଷ, ଣ, ଠ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ ।
ତୁଳା: ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହୋଇପାରେ । ମନ ଅସ୍ଥିର ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଅଷ୍ଟମ ଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍ଖର୍ଚ୍ଚ ଅଧିକ ହେବ ଓ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ, ଯି, ଯୁ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ସପ୍ତମ ଚନ୍ଦ୍ର ଯୋଗୁ ସ୍ତ୍ରୀ ସୌଖ୍ୟ, ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ପ୍ରାପ୍ତି ହେବ । ପରିବାରରେ ସୁଖ,ଶାନ୍ତି ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।
ମକର : ଷଷ୍ଠଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ଉପାୟ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତିରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କର ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନ ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତବାର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱଜନ, ପରିଜନ, ପିତାମାତା ଏବଂ ସନ୍ତାନ, ସନ୍ତତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ପ୍ରୟୋଗରେ ଅସଫଳ ହେବେ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଚତୁର୍ଥ ଚନ୍ଦ୍ର, ଗୁରବାର ଏବଂ ଅପରାହ୍ନ ୩ଟା ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ହୃତଧନ ଫେରିପାଇବେ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ତାରା ।