ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମଙ୍ଗଳବାର ରାଶିଫଳ: ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରି ଯିବ…

ମେଷ : ଦିବା ୧୧ଟା ୧୪ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ରହେତୁ ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଶରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ବୃଷ : ଦ୍ୱାଦଶଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରି ଯିବ ଏବଂ ସମସ୍ତକର୍ମରେ ତତ୍ପରତା, ସମୟାନୁବର୍ତ୍ତିତା ପ୍ରକାଶ ପାଇବ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶ ଓ ଅପନିନ୍ଦାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର ଉତ୍ତମ ମାର୍ଗ ଖୋଲିବ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ କିମ୍ବା ପୁତ୍ରକନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକି ଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ:  କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଦଶମ ଓ ଏକାଦଶଚନ୍ଦ୍ର, ଏକାଦଶୀତିଥି, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଧନର ସତ୍‌ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟକରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦିବା ୧୧ଟା ୧୪ ମିନିଟ୍‌ପର୍ଯ୍ୟନ୍ତ ନବମ ଚନ୍ଦ୍ରଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ସମ୍ମାନ ହାନିଘଟିବ । ଏହାପରେ ଦଶମ ଚନ୍ଦ୍ର ହେତୁ ପରିସ୍ଥିତିରେ ପରିବର୍ତ୍ତନ ଆଣିବ, ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଓ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଗୁରୁଜନଙ୍କ ସହବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ପ୍ରଭୁଷୋଡ଼ଶୀ ।

ତୁଳା : ଦିବା ୧୧ଟା ୧୪ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମଚନ୍ଦ୍ର ଓ ପରେ ଅଷ୍ଟମଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଓ ଶାରୀରିକ ପୀଡ଼ା ଭୋଗିବେ । କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସତର୍କ ରହିବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :   ଦିବା ୧୧ଟା ୧୪ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ପରିଚିତ ମହିଳାଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା :  ମା’ ବଗଳାମୁଖୀ ।

ଧନୁ: ଦିବା ୧୧ଟା ୧୪ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା, କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଏହା ପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତବାର, ଦିବା ୧୧ଟା ୧୪ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଓ ଘାତତିଥି ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ହ୍ରାସ ପାଇବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ମନ ବିଷାଦ ଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ହେବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା :  ମା’ କମଳା ।

କୁମ୍ଭ : ତୃତୀୟ ଓ ଚତୁର୍ଥ ଚନ୍ଦ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ ଓ ଆକସ୍ମିକ ଧନଲାଭ ଏବଂ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ସ୍ୱଜନ ଓ ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’  ଭୈରବୀ ।

ମୀନ : ଦିବା ୧୧ଟା ୧୪ ମିନିଟ୍‌ ପରେ ତୃତୀୟଚନ୍ଦ୍ର, ମଙ୍ଗଳବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.