ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ବୁଧବାର ରାଶିଫଳ; ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟ ଜାତକ...

ମେଷ : ପଞ୍ଚମ ଏବଂ ଷଷ୍ଠ ଚନ୍ଦ୍ର ଏବଂ ରବିଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ବୃଦ୍ଧି ଘଟିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ସକାଳ ୯ଟା ୫୫ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ବିଘ୍ନ ଘଟିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତରଜନ ଠାରୁ ଅପମାନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧୨   ଆରାଧନା : ମା’ କମଳା ।

ମିଥୁନ : ସକାଳ ୯ଟା ୫୫ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୮, ଆରାଧନା: ମା’ ଷୋଡ଼ଶୀ ।

କର୍କଟ : ଘାତବାର ଏବଂ ସକାଳ ୯ଟା ୫୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର କଲା ବେଳେ ସତର୍କ ହେବେ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିଲେ ମଧ୍ୟ ଘାତବାର ଯୋଗୁ କିଛି ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର ଏବଂ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ । ଧନ ଓ ଆୟ ଅଧିକ କରିବା ପାଇଁ ନୂତନ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ସକାଳ ୯ଟା ୫୫ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ କିଛି ସମସ୍ୟା ଦେଖାଦେବ । ଏହା ପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନଙ୍କ ସହିତ ସୁସମ୍ପର୍କ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତା ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା: ମା’ ଷୋଡ଼ଶୀ ।

ତୁଳା : ଏକାଦଶ ଚନ୍ଦ୍ର ସକାଳ ୯ଟା ୫୫ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ଶନିଙ୍କ ନକ୍ଷତ୍ର ସାରାଦିନ ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ନୂତନ ଗୃହପ୍ରତିଷ୍ଠା, ଗୃହାରମ୍ଭ, ଭୂମି ପୂଜା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଉଚ୍ଚ ସମ୍ମାନ, ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ :  ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିପାରନ୍ତି କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୦୫, ଆରାଧନା : ମା’ ତାରା ।

ମକର : ସକାଳ ୯ଟା ୫୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଏହା ପରେ ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠାମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା :  ମା’ କାଳୀ ।

କୁମ୍ଭ : ସକାଳ ୯ଟା ୫୫ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :  କଫି, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

ମୀନ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, ଗକ୍ଟଭ : ୯୪୩୭୧୩୩୪୭୩

 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.