ପ୍ରମୂଖ ଖବର
  • ଭରତପୁର ଥାନା ବିବାଦ ଘଟଣା: ନୋଟିସ ପରେ କମିଶନଙ୍କ ନିକଟରେ ହାଜର ହେଲେ ସମସ୍ତେ
  • ||
  • ଜୟରାମପୁର ଗାଁରେ ଅଘଟଣ, ବୃଦ୍ଧାଙ୍କୁ କାମୁଡ଼ି ମାରିଦେଲା ପାଗଳ କୁକୁର
  • ||
  • ନୂଆପଡ଼ା:ପାଳଗଦାରେ ନିଆଁ ଲଗାଇ ଦେଲା ବୋଲି ୭ ବର୍ଷର ନାବାଳକଙ୍କୁ ମାଡ ମାରି ଜାଳନ୍ତି ନିଆଁରେ ଫିଙ୍ଗି ଦେଲା ମାଲିକ
  • ||
  • ବୌଦ୍ଧ ପୋଲିସର ବଡ଼ ସଫଳତା: ଦୁଇଟି ଥାନା ଅଞ୍ଚଳରୁ ୧ ଲକ୍ଷ ୨୦ ହଜାର ଗଞ୍ଜେଇ ଗଛ ନଷ୍ଟ
  • ||
  • ଘଟଗାଁ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ଜୟପୁର : ରାଣୀଗଡର ତେଲିଙ୍ଗିରି ଡ୍ୟାମରୁ ପାଣି ଲିକ୍‌, ରବି ଫସଲ ପ୍ରଭାବିତ ହେବାର ଆଶଙ୍କା
  • ||
  • ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ, ଶ୍ରୀକ୍ଷେତ୍ରରେ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
  • ||
  • ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର, ଲାଗି ହେଲା ଗଜଭୋଗ ଓ ତରଣ
  • ||

ଏହି ରାଶିର ବ୍ୟକ୍ତିଙ୍କ ପାଇଁ ସତର୍କ ସୂଚନା , ଆଜିର ଦିନଟି ଆପଣଙ୍କ ପାଇଁ ହୋଇପାରେ ଖୁବ୍ ...

ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ। ନିଶ୍ଚିତତାକୁ ପରିତ୍ୟାଗ କରି କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଏକାଦଶ ଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଭୂମିପୂଜା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ: ଦଶମ ଚନ୍ଦ୍ର ଯୋଗୁ ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ।

କର୍କଟ: ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ମନରେ ଉନ୍ନତ ଚିନ୍ତାଧାର, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ସପ୍ତମ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ।

ତୁଳା: ଷଷ୍ଠ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ଶାନ୍ତି, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ପ୍ରଭୁ ସମଲେଶ୍ୱରୀ। 

ବିଛା : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଓ ଧୀଶକ୍ତିର ବିକାଶ ଘଟିବ। ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ମାତାପିତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ।

ଧନୁ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : ତୃତୀୟ ଚନ୍ଦ୍ର, ବୁଧବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରିପାଇବେ। ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ।

ମୀନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, 

ମୋବାଇଲ: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.