ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ରୋଗୀଙ୍କୁ ନିଶା ଇଞ୍ଜେକ୍ସନ ଦେଇ ଦୁଷ୍କର୍ମ ମାମଲା; ଲକ୍ଷ୍ନୌରୁ ହସ୍ପିଟାଲ କର୍ମଚାରୀ ଗିରଫ

Published By : Bijay Swain | July 28, 2025 6:11 PM

Image courtesy: the hindu

ଲକ୍ଷ୍ନୌ: ଉତ୍ତରପ୍ରଦେଶର ବାଲରାମପୁର ଜିଲ୍ଲାର ପଚପେଡ଼ୱାରେ ଏକ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ଜଣେ ମହିଳା ରୋଗୀଙ୍କୁ ସେଡେଟ୍(ନିଶା ଇଞ୍ଜେକ୍ସନ) ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ଗିରଫ କରାଯାଇଛି। 

ପୋଲିସ ପ୍ରଦାନ କରିଥିବା ସୂଚନା ଅନୁଯାୟୀ, ଘଟଣାଟି ଗତ ୨୫ ତାରିଖ ରାତିରେ ଘଟିଥିଲା। ଘଟଣାର ମୁଖ୍ୟ ଅଭିଯୁକ୍ତ ଯୋଗେଶ ପାଣ୍ଡେ, ଉକ୍ତ ହସ୍ପିଟାଲରେ ଜଣେ ନର୍ସିଂ ଷ୍ଟାଫ ଭାବେ କାମ କରୁଥିଲେ ବୋଲି ଜଣାପଡିଛି। ଶାରିରୀକ ସମସ୍ୟକୁ ନେଇ ହସ୍ପିଟାଲରେ ଭର୍ତ୍ତୀ ହୋଇଥିବା ମହିଳା ରୋଗୀଙ୍କୁ ଯୋଗେଶ କୌଶଳକ୍ରମେ ସେଡେଟିଭ ଦେଇ ତାଙ୍କ ସହ ଦୁଷ୍କର୍ମ କରିଥିଲେ।

ରୋଗୀ ଜଣଙ୍କ ନିଜ ଚେତା ଫେରି ପାଇବା ପରେ ତାଙ୍କ ସହ ହୋଇଥିବା ଘୃଣ୍ୟ କାମ ବିରୁଦ୍ଧରେ କହିବା ଆରମ୍ଭ କରିଥିଲେ। ଯାହା ପରେ ଅଭିଯୁକ୍ତ ଜଣଙ୍କ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଏନେଇ ସୂଚନା ମିଳିବା ପରେ ପୋଲିସ ନିଜ ଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣା ଘଟିବାର ମାତ୍ର ପରେ ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ଭଠାର ବ୍ରିଜ ନିକଟରୁ ଗିରଫ କରାଯାଇଥିଲା।

ଏହି ଘଟଣା ହସ୍ପିଟାଲ ପରିସରରେ ମହିଳାଙ୍କ ସୁରକ୍ଷା ପ୍ରତି ଗମ୍ଭୀର ପ୍ରଶ୍ନ ଉଠାଇଛି। ସ୍ଥାନୀୟ ଲୋକେ ଓ ସାମାଜିକ କର୍ମୀମାନେ ଏହି ଘଟଣାର ତୀବ୍ର ନିନ୍ଦା କରି ହସ୍ପିଟାଲରେ ଉନ୍ନତ ସୁରକ୍ଷା ବ୍ୟବସ୍ଥା ଓ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.