ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଘର ଭାଙ୍ଗି ମାଟିରେ ମିଶାଇଲା ଦନ୍ତାହାତୀ, ମା ସହ ୮ବର୍ଷର ପୁଅ ମୃତ

ବଣାଇ,୧୪/୦୮: ଘରେ ଶୋଇଥିଲେ ମା ସହ ୪ ସନ୍ତାନ । ଉତ୍ପାତିଆ ଦନ୍ତା ଭାଙ୍ଗିଦେଲା ଘର । କାନ୍ଥ ତଳେ ଚାପି ହୋଇ ମା ସହ ୮ ବର୍ଷର ପୁଅ ମୃତ । ଏଥି ସହିତ ୩ ଶିଶୁକନ୍ୟା ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି ମା ସୁକାନ୍ତି ଭକ୍ତା ଓ ଆଠ ବର୍ଷୀୟ ପୁଅ ସୁଖନାଥ ଭକ୍ତା । ସୁନ୍ଦରଗଡ ଜିଲ୍ଲା ବରସୁଆଁ ରେଞ୍ଜ ବାଲିଝୁଡ଼ି ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ଜଙ୍ଗଲ ଛାଡି ଜନବସତି ଅଡକୁ ମୁହାଁଉଛନ୍ତି ହାତୀ । ଫଳରେ ବାଲିଝୁଡ଼ି ଗାଁରେ ହାତୀଙ୍କର ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି । ମଙ୍ଗଳବାର ବାଲିଝୁଡ଼ି ଗାଁର ଏକ ଘରେ ମା ସହ ୪ ସନ୍ତାନ ଶୋଇଥିଲେ । ଏହି ସମୟରେ ଏକ ଦନ୍ତା ହାତୀ ଘରଟିକୁ ଭାଙ୍ଗି ଦେଇଥିଲା । ଫଳରେ ଘରର କାନ୍ଥ ତଳେ ଚାପି ହୋଇ ମା ସହିତ ଆଠ ବର୍ଷ ପୁଅର ମୃତ୍ୟୁ ହୋଇଛି ।  ଏହି ଘଟଣାରେ ଅନ୍ୟ ୩ ଶିଶୁକନ୍ୟା ଗୁରୁତର ହୋଇଛନ୍ତି । ଗୁରୁତର ତିନି ଶିଶୁକନ୍ୟାଙ୍କୁ ରାଉରକେଲା ଆରଜିଏଚକୁ ସ୍ଥାନାନ୍ତର କରାଇଛନ୍ତି ସ୍ଥାନୀୟଲୋକେ ।  ମୃତ ମା ଜଣକ ଚାରି ମାସର ଗର୍ଭବତୀ ଥିବା ଜଣାପଡିଛି । ଘରଟିକୁ ସମ୍ପୂର୍ଣ୍ଣ ଭାଙ୍ଗି ମାଟିରେ ମିଶାଇ ଦେଇଛି ଦନ୍ତାହାତୀ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.