ପ୍ରମୂଖ ଖବର
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||
  • ଆଜି ସୃଷ୍ଟି ହୋଇପାରେ ଅବପାତ: ୫ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ,୧୧ ଯାଏ ପ୍ରବଳ ବର୍ଷିବ
  • ||

୨୧ କେଜିରୁ ଅଧିକ ଗଞ୍ଜେଇ ଜବତ, ଜଣେ ଗିରଫ

ଭଦ୍ରକ,୨୭/୦୭: ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଛକ ନିକଟରେ ରେଡ୍‌ । ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ କରାଯାଇଥିଲା ଏହି ଚଢ଼ାଉ । ଏଥିରେ ବିପୁଳ ପରିମାଣର ଗଞ୍ଜେଇ ଜବତ ସହ ଦୀନବନ୍ଧୁ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି ।

ସୂଚନା ଅନୁଯାୟୀ, ଭଦ୍ରକ ଅବକାରୀ ଅଧିକ୍ଷକ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଥିଲା । ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇଥିଲା । ଏହି ଟିମ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଛକ ନିକଟରେ ଚଢ଼ାଉ କରିଥିଲା । ଏହି ରେଡ୍‌ରେ ୨୧ କିଲୋଗ୍ରାମରୁ ଅଧିକ ଗଞ୍ଜେଇ ଜବତ କରାଯାଇଛି । ଏଥିରେ ସମ୍ପୃକ୍ତ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଗ୍ରାମର ଦୀନବନ୍ଧୁ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି । ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ କେସ ନମ୍ବର ୯୩/୨୪-୨୫ ରେ ମାମଲା ରୁଜୁ କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.