ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମଦ ପିଇବାକୁ ନେଇ ବଚସା : ସ୍ବାମୀଙ୍କୁ ହତ୍ୟା କଲା ସ୍ତ୍ରୀ

ଭଞ୍ଜନଗର ,୪/୧୨-ଗଂଜାମ ଜିଲ୍ଲା  ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ସ୍ୱାମୀକୁ ଆକ୍ରମଣ କଲା ସ୍ତ୍ରୀ। ଘଟଣା ସ୍ଥଳରେ ସ୍ୱାମୀ ର ମୃତ୍ୟୁ ଘଟିଛି। ମୃତ ସ୍ୱାମୀ ହେଲେ ଛାମୁଣ୍ଡା ଗାଁ ବାରିସାହି ର କପିଳା ବେହେରା (୫୫)।

ସୂଚନା ମୁତାବକ ସ୍ୱାମୀ ସ୍ତ୍ରୀ ଦୁହେଁ ବାହାର ରାଜ୍ୟରେ ରହି ଚାହା ବଗିଚାରେ କାମ କରୁଥିଲେ। ରବିବାର ଦୁହେଁ ନିଜ ଘରକୁ ଫେରିଥିଲେ। ରାତିରେ ସ୍ୱାମୀ ମଦ ପିଇବା ପାଇଁ ସ୍ତ୍ରୀ ଙ୍କୁ ଟଙ୍କା ମାଗିବାରୁ ଉଭୟ ଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏକ ଧାରୁଆ ଅସ୍ତ୍ରରେ ସ୍ୱାମୀର ମୁଣ୍ଡକୁ ଆକ୍ରମଣ କରିଥିଲା ସ୍ତ୍ରୀ। ଫଳରେ ଘଟଣା ସ୍ଥଳରେ ହିଁ ସ୍ୱାମୀର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବରପାଇ ଘଟଣା ସ୍ଥଳରେ ଜଗନ୍ନାଥପ୍ରସାଦ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀ କୁ ଅଟକ ରଖି ଅଧିକ ପଚରାଉଚରା କରୁଛି ପୋଲିସ।

ଆହୁରି ପଢନ୍ତୁ : ମହୁମାଛି ଆକ୍ରମଣରେ ବାପା-ପୁଅ ସହ ୫ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.