ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ସ୍ତ୍ରୀର ଟାଙ୍ଗିଆ ମାଡ଼ରେ ଆହତ ସ୍ବାମୀର ମୃତ୍ୟୁ, ପୁଲିସର ତଦନ୍ତ ଜାରି

Published By : Gurupada Nath | June 17, 2025 6:47 PM

ଖଜୁରୀପଡ଼ା, ୧୭/୬ : ଖଜୁରୀପଡ଼ା ଥାନା ଅଂଚଳରେ ସୋମବାର ଜଣେ ସ୍ତ୍ରୀ ଏକ ଟାଙ୍ଗିଆରେ ନିଜ ସ୍ବାମୀଙ୍କୁ ଆକ୍ରମଣ କରିଥିଲେ। ଆଜି ଗୁରୁତର ସ୍ବାମୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଝାମ୍ପି ଗ୍ରାମର ପ୍ରଶାନ୍ତ କହଁର ସବୁବେଳେ ନିଶାସକ୍ତ ଅବସ୍ଥାରେ ଆସି ସ୍ତ୍ରୀ ଅହଲ୍ୟାଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେଉଥିଲେ। ୬ଟି ପୁତ୍ର ସନ୍ତାନଙ୍କୁ ଧରି ଅହଲ୍ୟା ବହୁ କଷ୍ଟରେ ଜୀବନ ବିତାଉଥିଲେ। ପ୍ରଶାନ୍ତ ପରକୀୟା ପ୍ରୀତିରେ ମଧ୍ୟ ଜଡ଼ିତ ଥିବା ଅଭିଯୋଗ ହେଉଥିଲା। ଏହି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରାୟ ସମୟରେ ବଚସା ହେଉଥିଲା।

ରବିବାର ପୁଣି ଝଗଡ଼ା ହେବାରୁ ପ୍ରଶାନ୍ତ ନିଶାସକ୍ତ ଅବସ୍ଥାରେ ଏକ ଟାଙ୍ଗିଆ ଧରି ସ୍ତ୍ରୀ ଅହଲ୍ୟାଙ୍କୁ ହାଣିବା ପାଇଁ ଗୋଡାଇ ଥିଲେ। ତେବେ ଅହଲ୍ୟା ଟାଙ୍ଗିଆ ଛଡ଼ାଇ ପ୍ରଶାନ୍ତଙ୍କୁ ଚୋଟ ପକାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁଲିସ ଗାଡ଼ିରେ ନେଇ ଖଜୁରୀପଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଅଧିକ ଗୁରୁତର ହେବାରୁ ଆମ୍ବୁଲାନ୍ସ ଯୋଗେ ଫୁଲବାଣୀ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ପ୍ରଶାନ୍ତର ମୃତ୍ୟୁ ହୋଇଛି। ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ପୁଲିସ । ଏ ନେଇ କେଶ ନଂ ୧୩୮/୨୫ରେ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଜାରୀ ରଖିଛି ପୁଲିସ। ସାଇଣ୍ଟିଫିକ୍ ଟିମ୍ ଘଟଣାର ଛାନବିନ କରିଛନ୍ତି। କିଛି ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚାଲିଥିବା କହିଛନ୍ତି ଥାନା ଅଧିକାରୀ ଚାପଧାରୀ ପ୍ରଧାନ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.