ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ କାତିରେ ହାଣି ହତ୍ୟା କଲା ସ୍ୱାମୀ

Published By : Rasmita Pradhan | August 11, 2025 7:36 AM

ମୋହନା, ୧୧/୦୮ : ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ କାତିରେ ହାଣି ହତ୍ୟା କଲା ନୃସଂଶ ସ୍ଵାମୀ। ଗଜପତି ଜିଲ୍ଲା ମୋହନା ଥାନା କୁଙ୍କୁଣୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଲେ ରେଶମା ବାଗସିଂ। ଅଭିଯୁକ୍ତ ସ୍ଵାମୀ ଅନନ୍ତ ବାଗସିଂକୁ ଥାନାରେ ଅଟକ ରଖିଛି ପୁଲିସ। 

ସୂଚନାନୁଯାୟୀ, ରବିବାର ରାତିରେ କୁଙ୍କୁଣୀ ଗାଁର ରେଶମା ବାଗସିଂ ଓ ଅନନ୍ତ ବାଗସିଂ ମୋହନା ବଜାରକୁ ବୁଲିବାକୁ ଆସିଥିଲେ। ରାତି ପ୍ରାୟ ୧୦ଟା ବେଳେ ଦୁହେଁ କୁଙ୍କୁଣୀ ଗାଁକୁ ଫେରିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ ଅନନ୍ତ ଗୋଟିଏ କାତିରେ ସ୍ତ୍ରୀ ରେଶମାର ବେକ ଓ ମୁହଁକୁ ହାଣି ଦେଇଥିଲା। ପରିବାର ଲୋକେ ବିଳମ୍ବିତ ରାତିରେ ରେଶମାଙ୍କୁ ଉଦ୍ଧାର କରି ମୋହନା ମେଡିକାଲ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇବା ପରେ ପୁଲିସ ଅଭିଯୁକ୍ତ ସ୍ଵାମୀ ଅନନ୍ତ ବାଗସିଂକୁ ଥାନାରେ ଅଟକ ରଖି ତଦନ୍ତ କରୁଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.