ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ, ଅଭିଯୁକ୍ତ ଅଟକ

ସୋର, ୧୩/୦୬ : ପାରିବାରିକ କଳହରୁ କରୁଣ ପରିଣତି। ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ଅସୁରିଆ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି।

ସୂଚନାନୁଯାୟୀ, ଖଇରା ଥାନା ଅନ୍ତର୍ଗତ ଅସୁରିଆ ଗ୍ରାମର ରମାକାନ୍ତ ପରିଡାଙ୍କ ସହିତ ସ୍ତ୍ରୀ କଞ୍ଚନଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ରମାକାନ୍ତ ଏକ ଠେଙ୍ଗାରେ ସ୍ତ୍ରୀକୁ ପିଟିପିଟି ମାରି ଦେଇଥିଲେ। ସକାଳେ ଗ୍ରାମବାସୀ ଦେଖି ସ୍ୱାମୀକୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଖଇରା ପୋଲିସ ପହଁଚି ସ୍ୱାମୀକୁ ଅଟକ ରଖି ଅଧିକ ତଦନ୍ତ କରୁଛି। 

ରମାକାନ୍ତ ଗତ ୭ ବର୍ଷ ତଳେ ଭୁଜାଲିରେ ଗ୍ରାମର ଜଣେ ଯୁବକଙ୍କୁ ମଧ୍ୟ ଆକ୍ରମଣ କରି ହତ୍ୟା କରିଥିଲେ। ଗ୍ରାମରେ ବେଆଇନ ମଦ ବିକ୍ରି କରି ଗ୍ରାମକୁ ଅଶାନ୍ତ କରିବା ସହିତ ବିଭିନ୍ନ ସମୟରେ ଗ୍ରାମରେ ମାରପିଟ୍ କରୁଥିଲେ। ଲୋକମାନଙ୍କୁ ବିଭିନ୍ନ ଆଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ନେଇ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.