ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପଥରରେ ଛେଚି ମାରିଲା ଜହ୍ଲାଦ ସ୍ୱାମୀ

ଉଦଳା, ୨୩/୦୭ : ପାରିବାରିକ କଳହର କରୁଣ ପରିଣତି। ସାମାନ୍ୟ ବଚସାରୁ ସ୍ତ୍ରୀକୁ ଅତି ନିର୍ମମ ଭାବେ ହତ୍ୟା କରିଛି ସ୍ୱାମୀ। ଖୁଣ୍ଟା ଥାନା ବାଲିଯୋଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ଗ୍ରାମର ଶୁକଦେବ ସିଂ ରାତିରେ ବଜାରରୁ ଫେରି ଘରେ ପହଞ୍ଚିଥିଲେ। ଏହାପରେ କୌଣସି କାରଣକୁ ନେଇ ଶୁକଦେବ ଏବଂ ତାଙ୍କ ସ୍ତ୍ରୀ କୁନିମଣି ସିଂଙ୍କ ମଧ୍ୟରେ ବଚସା ହୋଇଥିଲା। ଘର ଭିତରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିବା ବେଳେ ଝଗଡା ଏତେ ଉଗ୍ରରୂପ ନେଇଥିଲା ଯେ ସ୍ୱାମୀ ଶୁକଦେବ ଏକ ପଥରରେ ସ୍ତ୍ରୀର ମୁଣ୍ଡକୁ ଛେଚି ଦେଇଥିଲା। ଯାହାଫଳରେ କୁନିମଣିଙ୍କ ମୃତ୍ୟୁ ହୋଇଥିଲା।

ସୂଚନା ଥାଉକି, ସୋମବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ସକାଳୁ ଶୁକଦେବ ତାଙ୍କ ସ୍ତ୍ରୀକୁ ମାରିଦେଇଥିବା କଥା ପରିବାର ଲୋକଙ୍କୁ କହିଥିଲେ। ହେଲେ ଏହି ଘଟଣାକୁ ପରିବାର ଲୋକେ କାହାକୁ ଜଣାଇ ନଥିଲେ। ତେବେ ଗତକାଲି ବିଳମ୍ବିତ ରାତିରେ ପୋଲିସ ଜାଣିବା ପରେ ମୃତଦେହ ଜବତ କରିବା ସହିତ ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖିଛି। ପୋଲିସ ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତକୁ ତ୍ୱରାନ୍ୱିତ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.