ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ; ରେଳ ଧାରଣା ଉଡ଼ାଇଲେ ମାଓବାଦୀ

Published By : Harapriya Sethi | August 4, 2025 12:27 PM

ରାଉରକେଲା,୦୪/୦୮: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଞ୍ଜଡା-କରମପଦା ମଝିରେ ମାଓବାଦୀଙ୍କ ଉତ୍ପାତ । ରବିବାର ବିଳମ୍ବିତ ରାତିରେ ଆଇଇଡି ବିସ୍ଫୋରଣ କରି ରେଳ ଧାରଣା ଉଡାଇଲେ ନକ୍ସଲ । ୨ ଦିନରେ ମାଓବାଦୀମାନେ ରେଞ୍ଜଡା, ରିଙ୍ଗଡା  ଓ କରମପଦା ଦେଇ କିରିବୁରୁକୁ ଯାଇଥିବା ରେଳ ଧାରଣାର ବିଭିନ୍ନ ସ୍ଥାନରେ ଆଇଇଡି ଖଞ୍ଜି ବିସ୍ଫୋରଣ କରିଛନ୍ତି । 

ସୂଚନା ମୁତାବକ, ରବିବାର ରାତିରେ ମାଓବାଦୀମାନେ କରିଥିବା ବିସ୍ଫୋରଣରେ ରେଳ ଧାରଣା କ୍ଷତିଗ୍ରସ୍ତ ହୋଇଛି। ଲଗାତାର ଦୁଇ ଦିନ ଧରି ମାଓବାଦୀମାନେ କରିଥିବା ବିସ୍ଫୋରଣ ଯୋଗୁଁ ମାଲବାହୀ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି। ଏଡିଜି ଅପରେସନ ସଞ୍ଜୀବ ପଣ୍ଡାଙ୍କ ସହ ରାଉରକେଲା ଏସପି, ରେଳବାଇ ଏସପି, ସିଆରପିଏଫ୍ ଓ ଡିଭିଏଫ୍ ଯବାନମାନେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଛନ୍ତି । ସେପଟେ ସୁରକ୍ଷା ଯୋଗାଇ ଦିଆନଗଲେ  କ୍ଷତିଗ୍ରସ୍ତ ହୋଇଥିବା ରେଳ ଧାରଣା ମରାମତି କରିବେ ନାହିଁ ବୋଲି ରେଳ କର୍ମଚାରୀ ରୋକଠୋକ୍ ଶୁଣାଇ ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.